ଶୁକ୍ରବାର ରାଶିଫଳ: ଅପରାହ୍ନରୁ ଧନ ଲାଭର ସମ୍ଭାବନା, ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ

Published By : Prameya-News7 Bureau | October 21, 2021 IST

ମେଷ– ଆଳସ୍ୟ ପରାୟଣ ହୋଇପାରନ୍ତି । କଳହ ଠାରୁ ନିଜକୁ ଦୂରେଇ ରଖିବାକୁ ପଡିବ । ଧର୍ମକାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । କର୍ମକ୍ଷେତ୍ରରେ ସଫଳତା ମିଳିବ
। ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ବୃଷ–ଅର୍ଥାଭାବ ଅନୁଭବ କରିପାରନ୍ତି । ଅପରାହ୍ନରୁ ଧନ ଲାଭର ସୂଚନା ମିଳୁଛି । ମୂଲ୍ୟବାନ୍‌ ଦ୍ରବ୍ୟଲାଭ ହୋଇପାରେ । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୪ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକଚେର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ମିଥୁନ -ଶିକ୍ଷାପ୍ରତି ଆଗ୍ରହୀ ହେବେ । କାର୍ଯ୍ୟ ପ୍ରାପ୍ତି ପାଇ ପ୍ରତୀରକ୍ଷାରତ ହୋଇପାରନ୍ତି । ପାରିବାରିକ ସୁଖ ପାଇବେ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ବିଭିନ୍ନ ଦିଗରୁ ଧନାଗନ ହେବାର ସୂଚନା ମିଳୁଛି । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୬ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• ଗୃହିଣୀ- ମିତ୍ରସୁଖ ପାଇବେ ।

କର୍କଟ-ଲାଗିରହିଥିବା ବିବାଦର ସୁ-ସମାଧାନ ହେବ । ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ– ଆପଣଙ୍କ ପାଇଁ ଏକ ନୂତନ କର୍ମପନ୍ଥା ଖୋଲିବ । ଆୟ ଆଶାନୁରୂପ ହେବ ।ଭୋଜନ ସୁଖ ଅନୁଭବ କରିପାରନ୍ତି । ସର୍ବସୁଖ ଆଶା କରାଯାଏ ।ବ୍ୟବସାୟ ଲାଭଜନକ ହେବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୧ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା– ଆପଣଙ୍କ ବିରୋଧରେ ଚାଲିଥିବା ଷଡଯନ୍ତ୍ରରୁ ଉଧୁରି ଯାଇପାରନ୍ତି । ଧନକ୍ଷୟ ହେବାର ସୂଚନା ମିଳୁଛି । ଖର୍ଚ୍ଚ ପରିମାଣ ବୃଦ୍ଧି ପାଇପାରେ । ମଧୁର ବଚନ କହି ଜନମନ ତୋଷ କରିପାରନ୍ତି । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତିକରନ୍ତୁ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା–ଋଣଗ୍ରସ୍ତ ହୋଇ ତାକୁ ବ୍ୟବସାୟରେ ଲଗାଇ ଲାଭବାନ୍‌ ହେବେ । ପରିଶ୍ରମର ମୂଲ୍ୟ ମିଳିବ । କୁଶଳ ସମାଚାର ପାଇ ଖୁସି ହୋଇପାରନ୍ତି । ଭବିଷ୍ୟତ ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୯ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା–ବିଶୃଙ୍ଖଳ ପରିସ୍ଥିତିକୁ ଶୃଙ୍ଖଳିତ କରିବାକୁ ସକ୍ଷମ ହେବେ । ଦାନ- ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ଆର୍ଥିକ ସ୍ଥିତିର ଉନ୍ନତି ଘଟିବ । ପାରିବାରିକ ସୁଖଶାନ୍ତି ଅବ୍ୟାହତ ରହିବ । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଚାଷରେଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ଧନୁ –ଭୋଜନାଦିରେ ତୃପ୍ତି ଲାଭ କରିପାରନ୍ତି । ଶାରିରୀକ ପୀଡା ଅନୁଭବ କରିବାର ସୂଚନା ମିଳୁଛି । ଘାତ ଚନ୍ଦ୍ରଭୋଗ ହେତୁ ପ୍ରତ୍ୟେକ କ୍ଷେତ୍ରରେ ଓ କାର୍ଯ୍ୟରେସତର୍କତା ଆବଲମ୍ବନ କରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ପ୍ରତିସତର୍କ ରୁହନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମକର–ସାରାଦିନ କାର୍ଯ୍ୟବ୍ୟସ୍ତ ରହିବେ । ବନ୍ଧୁସୁଖ ପାଇ ଉତ୍‌ଫୁଲ୍ଲିତ ହୋଇପାରନ୍ତି ।ସୁଖାଦ୍ୟ ପାଇ ଆତ୍ମତୃପ୍ତି ଲାଭ କରିପାରନ୍ତି । ଉନ୍ନତିି ପଥରେ ଆଗକୁ ବଢିବେ । ଶୁଭରଙ୍ଗ ଧୂସର । ଶୁଭ ଅଙ୍କ ୩ ।
• ଗୃହିଣୀ-ଧାର୍ମିକ ହେବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।

କୁମ୍ଭ -ଅତିଥି ସତ୍କାରକରି ପ୍ରଶଂସିତ ହେବେ । ବ୍ୟୟ ବୃଦ୍ଧି ଘଟିପାରେ । ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି । ଲାଗି ରହିଥିବା ଚିନ୍ତା ଦୂରୀଭୂତହେବ । ମନ ପ୍ରଫୁଲ୍ଲ ରହିବ ।ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୮ ।
• ଚାଷୀ-ମାଟିରେଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ-ନୂଆବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ -ଯାନବାହନ ଜନିତ ସାମାନ୍ୟ କଷ୍ଟ ଅନୁଭବ କରିପାରନ୍ତି । ଗୋଳମାଳିଆ ପରିସ୍ଥିତିରେ ନିରବଭାବ ପ୍ରଦର୍ଶନ କରିପାରନ୍ତି । ପଦୋନ୍ନତି ସମୟ ଉପସ୍ଥିତ ।ଶୁଭରଙ୍ଗ କଫି । ଶୁଭ ଅଙ୍କ ୪ ।
• ଗୃହିଣୀ-ନୂଆବସ୍ତ୍ର ଲାଭ ହେବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.