ଶୁକ୍ରବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | October 22, 2020 IST

ମେଷ –  ସ୍ୱାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟ ସହାନୁଭୂତି ଲାଭ କରିବେ । ବାଟରେ ବନ୍ଧୁ ଠାରୁ ଅର୍ଥ ସାହାର୍ଯ୍ୟ ପାଇ ଖୁସି ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ସାମାଜିକ ସ୍ତରରେ ବନ୍ଧୁଙ୍କ ନିକଟରୁ ଯାହା ଓ ଯେତିକି ପାଉଛନ୍ତି ତାହାକୁ ଆଦରର ସହିତ ଗ୍ରହଣ କରିବା ଭଲ ହେବ । କୌଣସି କ୍ଷେତ୍ରରେ ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମିଥୁନ - ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ କୌଣସି ଦୃଢ ପଦକ୍ଷେପ ନେଲେ ଝାମେଲା ଅଧିକ ବଢିଯାଇପାରେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ଧାର୍ମିକ ହେବେ ।

କର୍କଟ- ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ କିଛି ଅଭିଯୋଗ ଆଣିପାରନ୍ତି । ଘର କଥା ନେଇ ସ୍ତ୍ରୀ ଙ୍କ ସହ ଆଲୋଚନା କରିବେ ଅବଶ୍ୟ ଆପଣଙ୍କ ଆଶଙ୍କା ଅପରାହ୍ନରେ ଦୂର ହୋଇଯିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୁଖୀ ହେବେ ।

ସିଂହ – ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳିଯିବାରୁ ଏକପ୍ରକାର ମନ ହାଲୁକା ହୋଇଯିବ । କିନ୍ତୁ ପର କଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ, ଯାହାକି ସମସ୍ୟାକୁ ବୃଦ୍ଧି କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

 କନ୍ୟା – ସକାଳୁ ସକାଳୁ କୌଣସି ଶୁଭ ଖବର ପାଇ ମନଟି ଏକପ୍ରକାର ଖୁସି ହୋଇଯିବ । ଦିନଟି ଯଦିଓ ପୂର୍ଣ୍ଣତଃ ମନ୍ଦ ନୁହେଁ ତଥାପି ବୁଝିଲା ଭଳି କାମ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – ଦୀର୍ଘଦିନ ହେଲା ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ । ରାଜନୀତି କ୍ଷେତ୍ରରେ ବେଶ୍ ଆଦୃତି ସହ ପ୍ରତିଷ୍ଠା ମିଳିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

ବିଛା – ବିଭିନ୍ନ ପ୍ରକାର ରୁଚିବିରୁଦ୍ଧ କାର୍ଯ୍ୟ ମାନସିକ ଅସ୍ଥିରତା ସୃଷ୍ଟି କରିବ । ପାରିବାରିକ କ୍ଷେତ୍ରରେ ଭୁଲ୍ ବୁଝାମଣା ଅଶାନ୍ତିର କାରଣ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖଭରା ଦିନଟି ।

ଧନୁ – ବିଭିନ୍ନ ପ୍ରକାର ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । କିଛି ଗୁପ୍ତକଥା , କଳାଧନ, କଚେରି ମାମଲା, ଅନ୍ୟମାନଙ୍କ ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ଧାର୍ମିକ ହେବେ ।

ମକର – ଆପଣ ଖର୍ଚ୍ଚାନ୍ତ ହେବେ ସିନା ଆଜି କୌଣସି କାମ ଅଟକିବ ନାହିଁ । ମାଲିମୋକଦ୍ଦମା, ନିର୍ମାଣ, ପରିବହନ ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ - ଆଜି ଯାହା କରନ୍ତୁ କିମ୍ବା ଯୁଆଡେ ଯାଆନ୍ତୁନା କାହିଁକି ଲାଭବାନ୍ ନିଶ୍ଚିତ ହେବେ । ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିବ, ଏଣୁ ସତର୍କ ରହିବା ଭଲ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମୀନ - ଆପଣ କୌଣସି କ୍ଷେତ୍ରରେ ନିରାଶ ହେବେ ନାହିଁ ଏବଂ ଆପଣଙ୍କ ଲକ୍ଷ୍ୟ ଓ ଉଦ୍ଦେଶ୍ୟ ପୂରଣ ହୋଇପାରିବ । ଆଲୋଚନା ଅନୁଯାୟୀ କାମଗୁଡିକ ସବୁ ଠିକ୍ ଠାକ୍ ହୋଇଯିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.