Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଢେଙ୍କାନାଳ : ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !
  • ||
  • କଟକ : ହାତୀ ଆକ୍ରମଣରେ ଜଣେ ମୃତ, କୂଳକୁ ଫେରିବା ବାଟରେ ମାରିଥିଲା ଦନ୍ତା
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍
  • ||

ଜୁଲାଇ ୩୦ ତାରିଖ, ଶୁକ୍ରବାର : କେଉଁ ରାଶି ପାଇଁ କେମିତି ରହିବ ଆଜିର ଦିନଟି ଜାଣନ୍ତୁ

30/07/2021 at 7:08 AM

ମେଷ – ରାହୁ ଯୁକ୍ତ ଚନ୍ଦ୍ର କାରଣରୁ ଆଜି ବନ୍ଧୁଙ୍କ ସହ ବିବାଦ ଓ ନୂତନ କାମରେ ପ୍ରତିବନ୍ଧକ ହେତୁ ଚିନ୍ତିତ ରହିବେ । ପରିବାରରେ ପୂର୍ବ ସମସ୍ୟା ସମାଧାନରେ କୌଣସି ନୀଚ ଜାତିର ବ୍ୟକ୍ତି ମୁଖ୍ୟ ଭୂମିକା ନେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ – ପ୍ରତି କ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଶନିଙ୍କ ପ୍ରଭାବରୁ ସନ୍ଦେହର ସରବ୍ୟ ହେବେ । କୌଣସି ମିଥ୍ୟା ଗୁଜବ ମନକୁ ଚହଲାଇ ଦେବ । ଅର୍ଥ କିମ୍ବା ଦେବା ନେବାକୁ କେନ୍ଦ୍ରକରି ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ – ଶୁଭାଶୁଭ ମିଶ୍ରିତ ଫଳ ମିଳିପାରେ । ଚଞ୍ଚଳମନା କନ୍ୟା ଦ୍ୱାରା ଉପକୃତ ହେବେ । ସପ୍ତମ ଭାବରେ ସ୍ୱଗୃହୀ ଶୁକ୍ର ଓ ବୁଧ ଏକତ୍ର ଅବସ୍ଥାନ କରୁଥିବାରୁ ଜନସାଧାରଣଙ୍କ ଶ୍ରଦ୍ଧା ଭାଜନ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ – ଭାଗ୍ୟଭାବସ୍ଥ ମଙ୍ଗଳଙ୍କ ଯୋଗୁଁ କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଜଟିଳ ପରିସ୍ଥିତିକୁ ସୁଧାରି ନେବେ । ଟଙ୍କା ପଇସା, ନେବା ଆଣିବା କ୍ଷେତ୍ରରେ ସତର୍କ ରହିବା ଭଲ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ – ପାରିବାରିକ ସମସ୍ୟାର ସରଳ ସମାଧାନ ସକାଶେ ବନ୍ଧୁଙ୍କୁ ନେହୁରା ହେବାକୁ ପଡିପାରେ । ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି, ଏଣୁ ସାବଧାନ ରହିବା ଭଲ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।

କନ୍ୟା – ସମ୍ମାନିତ ହେବେ । ବନ୍ଧୁ ଦର୍ଶନ ମିଳିବ । ମନ ଫୁର୍ତ୍ତି ରହିବ । ପାରିବାରିକ ସୁଖ ମିଳିବ । ଗୃହରେ ଶାନ୍ତିର ବାତାବରଣ ପ୍ରବାହିତ ହେବ । ନବମ ଭାବେ ବୁଧ ଓ ଶୁକ୍ର ଅବସ୍ଥାନ କରୁଥିବାରୁ ପୁଣ୍ୟବାନ୍ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ତୁଳା – ଆଜି ଯେଉଁ କାମଟିକୁ ଆରମ୍ଭ କରିବାକୁ ଯାଉଛନ୍ତି ତାହା ନିର୍ବିଘ୍ନରେ ସମାପନ ହୋଇଯିବ । ବିଶେଷ ଭ୍ରମଣ କାରଣରୁ ସାମୟିକ ଭାବରେ ଶାରୀରିକ ଆଶ୍ୱସ୍ତି ଅନୁଭବ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବିଛା – ଚୌର ଭୟ ଥିବାରୁ ସତର୍କତା ଏକାନ୍ତ ଜରୁରୀ । ଉଦାର ସ୍ୱଭାବର ହେବେ । କୃଷୀକର୍ମକାରୀ ଓ ଦାନଶୀଳ ହୋଇପାରନ୍ତି । ବୁଦ୍ଧିମାନ୍ ଓ ବ୍ୟକ୍ତିତ୍ୱ ବିକଶିତ ହେବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୬ ।
ଚାଷୀ- ମୁଣ୍ଡରେ ପଗଡି ବାନ୍ଧନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ଧନୁ – ଚଞ୍ଚଳମନା ହେବେ । ମାତ୍ର ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି । ଅଧିକାଂଶ ସମୟ ଏକାନ୍ତରେ ରହିପାରନ୍ତି । ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଉପୁଜି ପାରେ । ସାହସୀ ଓ ଜ୍ଞାନୀ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର – ଧର୍ମାତ୍ମା ଓ ଭାଗ୍ୟଶାଳୀ ହେବେ । ଭୋଗ ବିଳାସରେ ଦିନ ବିତାଇ ପାରନ୍ତି । ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ପ୍ରବାସପ୍ରିୟ ହୋଇପାରନ୍ତି । ବିଦ୍ୱାନ୍ ବ୍ୟକ୍ତି ଭାବେ ନିଜର ପରିଚୟ ସୃଷ୍ଟି କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
କର୍ମଜୀବି – କାମଟି ହଠାତ୍ ହୋଇଯିବ ।
ଛାତ୍ରଛାତ୍ରୀ- ମିତ୍ର ସହ କଟୁତା ହୋଇପାରେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଚାଷୀ- ସାଙ୍ଗରେ ପାଣି ନେଇ ବାହାରନ୍ତୁ ।

କୁମ୍ଭ – ଆୟ ଆଶାନୁରୂପ ହେବ । ଉତ୍ତମ ଭୋଜନ ମିଳିବ । ବ୍ୟବସାୟ ପାଇଁ ଉଦ୍ୟମ ଚଳାଇବେ । ଐଶ୍ୱର୍ଯ୍ୟଯୁକ୍ତ ଓ ମାଲିଲୋକଦ୍ଦମାରେ ବିଜୟୀ ହେବେ । ଧନ ଲାଭ ହେବ, ବିଦ୍ୱାନ୍ ଓ ଶାସ୍ତ୍ରଜ୍ଞ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମୀନ – ନିଜେ କରିଥିବା କାର୍ଯ୍ୟର ସମୀକ୍ଷା କରିପାରନ୍ତି । ଯୁଗ୍ମ ବ୍ୟବସାୟରୁ ସାମାନ୍ୟ ଲାଭ ମିଳିବ । ସ୍ୱାଭିମାନୀ , ସୁଭାଷୀ ଓ ସୁବିଦ୍ୟାଯୁକ୍ତ ହେବେ । ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ସତର୍କତାର ଦିନ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

   Related Posts