Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଘମାଘୋଟ୍ ଲଢ଼େଇ, ୩ ଆତଙ୍କବାଦୀ ନିହତ

17/07/2020 at 8:38 AM

 ଜାମ୍ମୁ-କାଶ୍ମୀର୧୭/୭: ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଜାମ୍ମୁ-କାଶ୍ମୀରର କୁଲଗାମର ନାଗନାଦ ଚିମ୍ମେର ଅଞ୍ଚଳରେ ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ମିଳିଥିବା ସୂଚନା ମୁତାବକ, ଏହି ଘମାଘୋଟ ଲଢ଼େଇରେ ତିନିଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ବର୍ତ୍ତମାନ ସେହି ଅଞ୍ଚଳରେ ସୁରକ୍ଷାକର୍ମୀମାନେ ଅପରେସନ୍‌ ଜାରି ରଖିଛନ୍ତି। କିନ୍ତୁ ମୃତ ଆତଙ୍କବାଦୀମାନଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ପାରି ନାହିଁ। ଗୁଇନ୍ଦାଙ୍କ ସୂଚନା ଅନୁସାରେ ପୂର୍ବରୁ ନାଗନାଦ ଚିମ୍ମେର ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା ସୂଚନା ମିଳିଥିଲା। ସେନାବାହିନୀ ସମେତ ସିଆରପିଏଫ୍ ଯବାନ ସେହି ଅଞ୍ଚଳକୁ ଘେରି ଯାଇଥିଲେ। ଏହା ପରେ ସର୍ଚ୍ଚ ଅପରେସନ୍ ଚଳାଇଥିଲେ।ଏହା ପରେ ଲୁଚି ରହିଥିବା ଆତଙ୍କବାଦୀମାନେ ପ୍ରଥମେ ଗୁଳି ବର୍ଷଣ କରିଥିଲେ। ଜବାବରେ ସୁରକ୍ଷାକର୍ମୀମାନେ ମଧ୍ୟ ସେମାନଙ୍କ ଉପରକୁ ଅତର୍କିତ ଗୁଳି ଚାଳନା କରିଥିଲେ।  

ବର୍ତ୍ତମାନ ସୁଦ୍ଧା ମିଳିଥିବା ସୂଚନା ଅନୁସାରେ, ଅନ୍ୟ ଜଣେ ଆତଙ୍କବାଦୀ ସେହି ଅଞ୍ଚଳରେ ଲୁଚି ରହିଥିବା ସୂଚନା ମିଳିଛି। ଏହା ପୂର୍ବରୁ ଜାମ୍ମୁ-କାଶ୍ମୀର କୁପଓ୍ବଡ୍ ସେନା ଏଲ୍‌ଓସି ନିକଟରେ ଆତଙ୍କବାଦୀମାନଙ୍କ ପ୍ରବେଶକୁ ଭୁଣ୍ଡୁର କରିଥିଲେ। ଏହି ସମୟରେ ଉଭୟଙ୍କ ମଧ୍ୟ ହୋଇଥିବା ଲଢ଼େଇ ଭିତରେ ୩ ଜଣ ଆତଙ୍କବାଦୀ ମଧ୍ୟ ନିହତ ହୋଇଥିଲେ। ପୁଣି ଆଜି ସମାନ ପରିସ୍ଥିତି ଜାମ୍ମୁ-କାଶ୍ମୀରର ନାଗନାଦ ଚାମ୍ମେର ଅଞ୍ଚଳରେ ଦେଖିବାକୁ ମିଳିଥିଲା।

   Related Posts