Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ମେ’ ୩୧ରୁ ଜୁନ୍ ୪ ପର୍ଯ୍ୟନ୍ତ ଆରବ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା: ୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ଝଡତୋଫାନ ହେବାର ଆଶଙ୍କା

29/05/2020 at 8:49 AM

ଭୁବନେଶ୍ବର୨୯/୫: ଆସନ୍ତା ୩୧ରୁ ଜୁନ୍ ୪ ପର୍ଯ୍ୟନ୍ତ ଆରବ ସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଜୁନ୍ ୧ ସୁଦ୍ଧା ମୌସୁମୀ ବାୟୁ କେରଳ ଛୁଇଁବାର ସମ୍ଭାବନା ଥିବା ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଏହାର ସପ୍ତାହେ ଭିତରେ ମୌସୁମୀ ଓଡ଼ିଶା ଛୁଇଁବାର ସମ୍ଭାବନା ରହିଛି । ଏହା ଆଗରୁ ଅଧିକାଂଶ ଜିଲ୍ଲାରେ ଲାଗି ରହିଛି କାଳବୈଶାଖୀ ବର୍ଷା । ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷା ସହ ଝଡତୋଫାନ ଆଶଙ୍କା ରହିଛି ।

ବର୍ତ୍ତମାନ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। କିନ୍ତୁ  କାଳବୈଶାଖୀ ବର୍ଷା ଆରମ୍ଭ ହେବା ସହ ପରେ ପ୍ରାକ୍  ମୌସୁମୀ ବର୍ଷା ହେବାକୁ ଯାଉଛି। ଆସନ୍ତା ୩/୪ଦିନ ମଧ୍ୟରେ ରାଜ୍ୟର ତାପମାତ୍ରା ବଢ଼ିବନି। ଆଭ୍ୟନ୍ତରୀଣ ଓଡ଼ିଶାର କିଛି କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରି ରହିବ । ପରେ ଧୀରେ ଧୀରେ କମିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର  ସୂଚନା ଦେଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ରାଜ୍ୟରେ ଜୁନ୍  ୨ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ଲାଗି ରହିବ। ଏହି ସମୟରେ ପବନର ବେଗ ମଧ୍ୟ ୩୦ରୁ ୪୦କିମି ରହିବ। ଉପକୂଳ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ହେବ । କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି ।

   Related Posts