ଉତ୍ତର ଦିଲ୍ଲୀର ବର୍ଜ୍ୟରୁ ପ୍ରସ୍ତୁତ ହେବ ଇନ୍ଧନ: ଧର୍ମେନ୍ଦ୍ର ପ୍ରଧାନ

Published By : Prameya-News7 Bureau | January 19, 2021 IST

ଭୁବନେଶ୍ବର୧୯/୧: ଉର୍ଜ।କୁ ଆତ୍ମନିର୍ଭର କରିବା ଓ ସ୍ବଚ୍ଛ ଭାରତ ମିଶନ ଦିଗରେ ଯୁଗାନ୍ତକାରୀ ପଦକ୍ଷେପ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମନ୍ଦ୍ରେ ପ୍ରଧାନଙ୍କ ଉପସ୍ଥିତିରେ ବର୍ଜ୍ୟବସ୍ତରୁ ଉର୍ଜ। ଉତ୍ପାଦନ କରିବା ପାଇଁ ଇଣ୍ଡିଆନ ଅଏଲ କର୍ପୋରେସନ(ଆଇଓସିଏଲ) ଏବଂ ଉତ୍ତର ଦିଲ୍ଲୀ ମହାନଗର ନିଗମ (ଏନଡ଼ିଏମସି) ମଧ୍ୟରେ ବୁଝାମଣା ପତ୍ର(ଏମଓୟୁ) ସ୍ବାକ୍ଷରିତ ହୋଇଯାଇଛି। ଏହି ଅବସରରେ ଶ୍ରୀ ପ୍ରଧାନ ଇଣ୍ଡିଆନ ଅଏଲ ଏବଂ ଏନଡ଼ିଏମସିକୁ ପ୍ରସ୍ତାବିତ ପ୍ରକଳ୍ପ ପାଇଁ ଶୁଭେଚ୍ଛା ଜଣାଇବା ସହ କହିଛନ୍ତି ଯେ ଏହି ପଦକ୍ଷେପ ଅନ୍ତର୍ଗତ ଉତ୍ତର ଦିଲ୍ଲୀ ମହାନଗର ନିଗମର ରାଣିଖେରାରେ ଏକ ପ୍ଲାଂଟ୍ ପ୍ରତିଷ୍ଠା କରାଯିବ।

 ଏହି ପ୍ଲାଂଟରେ ଉତ୍ତର ଦିଲ୍ଲୀର ସମସ୍ତ ବର୍ଜ୍ୟବସ୍ତୁ ବା କଠିନ ଅଳିଆ ଆବର୍ଜନାକୁ ଏକାଠି କରାଯାଇ ଏଥିରୁ ଇଣ୍ଡିଆନ ଅଏଲ ସହଯୋଗରେ ଇର୍ଜ। ଉତ୍ପାଦନ କରାଯିବ। ଜୈବିକ ବର୍ଜ୍ୟରୁ ସିବିଜି ଉତ୍ପାଦନ କରାଯିବା ସହ ପ୍ଲାଷ୍ଟିକର ପୁନଃବ୍ୟବହାର କରାଯାଇ ପ୍ଲାଷ୍ଟିକ କିମ୍ବା ସିନଗ୍ୟାସ ଉତ୍ପାଦନରେ ବ୍ୟବହାର ହେଉଥବା ରିଫ୍ୟୁଜ୍ ଡିରାଇଭଡ୍ ଏଲ(ଆରଡ଼ିଏଫ)ର ମଧ୍ୟ ଉତ୍ପାଦନ କରାଯିବ। ଏହି ପ୍ଲାଂଟରେ ଦୈନିକ ୨୫୦୦ ମିଲିୟନ ଟନର ବର୍ଜୟ ବସ୍ତୁ ପ୍ରକ୍ରିୟାକରଣ କରାଯାଇ ଉର୍ଜ। ଉତ୍ପାଦନ ହେବ।

ମହାନଗର ନିଗମର କଠିନ ବର୍ଜ୍ୟବସ୍ତୁ (ଏମଏସଡବ୍ଲ୍ୟୁ)ର ପରିଚାଳନା ଦିଲ୍ଲୀରେ ପ୍ରମୁଖ ସମସ୍ୟା ଭାବେ ଉଭା ହୋଇଛି ଏବଂ ପ୍ରସ୍ତାବିତ ଏହି ପ୍ଲାଂଟ୍ ଏହାର ସମାଧାନ କରିବା ସହ ଦିଲ୍ଲୀକୁ ସବୁଜ ଇନ୍ଧନ ମାର୍ଗରେ ନେବ। ସଙ୍କୋଚିତ ବାୟୋଗ୍ୟାସ୍ କିମ୍ବା ସିବିଜି ସମେତ ବିଭିନ୍ନ ରୂପରେ ବିକଳ୍ପ ଶକ୍ତି ଉତ୍ପାଦନ ପାଇଁ ଜୈବ ଇନ୍ଧନର ପୂର୍ଣ୍ଣ ସମ୍ଭାବନାକୁ ବ୍ୟବହାର କରି ଇନ୍ଧନ ଉପରେ ଆମଦାନୀ ନିର୍ଭରଶୀଳତା ହ୍ରାସ କରିବା ଉପରେ ଶ୍ରୀ ପ୍ରଧାନ ଗୁରୁତ୍ବାରୋପ କରିଥିଲେ। ଏହି ଏମଓୟୁ କାର୍ଯ୍ୟକ୍ରମରେ ଦିଲ୍ଲୀର ଉପରାଜ୍ୟପାଳ ଅନିଲ ବାଇଜଲ, ଏନଡ଼ିଏମସିର ମେୟର ଜୟ ପ୍ରକାଶ, ଏନଡ଼ିଏମସିର କମିଶନର ଜ୍ଞାନେଶ ଭାରତୀ, ଇଣ୍ଡିଆନ ଅଏଲର ଅଧ୍ୟକ୍ଷ ଏସ.ଏମ ବୈଦ୍ୟ ଏବଂ ଇଣ୍ଡିଆନ ଅଏଲ ଓ ଏନଡ଼ିଏମସିର ବରିଷ୍ଠ ଅଧତ୍କାରୀମାନେ ଉପସ୍ଥିତ ଥିଲେ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.