Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଗଜପତି ADM କରୁଣାକର ରାଇକାଙ୍କ ମୃତ୍ୟୁ, କୋଭିଡ୍ ହସ୍ପିଟାଲ୍ ପରିଚାଳନା ଦାୟିତ୍ବରେ ଥିଲେ

21/07/2020 at 9:59 AM

ଗଜପତି ୨୧।୭: ଗଜପତି ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କ ମୃତ୍ୟୁ ହୋଇଛି । ଗଜପତି ଜିଲ୍ଲା କୋଭିଡ୍ ହସ୍ପିଟାଲ ଓ କେୟାର ସେଣ୍ଟର ପରିଚାଳନା ଦାୟିତ୍ବରେ ଥିଲେ କରୁଣାକର ରାଇକା । ସୂଚନା ଅନୁସାରେ ଗତ କିଛି ଦିନ ହେଲା ସେ ଅସୁସ୍ଥ ଥିଲେ । ତାଙ୍କୁ ବ୍ରହ୍ମପୁର ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଛି ।

ତାଙ୍କ ମୃତ୍ୟୁର ସଠିକ୍ କାରଣ ଜଣାପଡିନାହିଁ । ତାଙ୍କର କରୋନା ଟେଷ୍ଟ ମଧ୍ୟ କରାଯାଇଛି । କରୋନା ଟେଷ୍ଟ ରିପୋର୍ଟ ଏପର୍ଯ୍ୟନ୍ତ ଆସିନାହିଁ । ତେବେ ତାଙ୍କ ମୃତ୍ୟୁକୁ ନେଇ ନାନାପ୍ରକାର କଳ୍ପନାଜଳ୍ପନା ଲାଗିରହିଛି । କରୋନା ଟେଷ୍ଟ ରିପୋର୍ଟ ଆସିଲେ ତାଙ୍କ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି କୁହାଯାଉଛି ।

   Related Posts