Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଏସଏଫର ବଡ କାର୍ଯ୍ୟାନୁଷ୍ଠାନ, ବାଂଲାଦେଶ ସୀମାରେ ୮୨ ନକଲି ଡ୍ରାଇଭିଂ ଲାଇସେନ୍ସ ଜବତ
  • ||
  • ୟୁପି ସମର: ଅଖିଳେଶଙ୍କ ପାଇଁ ପ୍ରଚାର କରିବେ ମମତା, ଫେବୃଆରୀ ୮ରେ ଲକ୍ଷ୍ନୌରେ ଭର୍ଚୁଆଲ ରାଲି
  • ||
  • ଆସନ୍ତାକାଲି ପ୍ରଥମ ଦିନିକିଆ: କିଏ କରିବ ଓପନିଂ ? ଖୁଲାସା କଲେ ରାହୁଲ, ୫ ବର୍ଷ ପରେ ଦିନିକିଆକୁ ପ୍ରତ୍ୟାବର୍ତ୍ତନ କରିବେ ଏହି ଖେଳାଳି
  • ||
  • କାରିଗରଙ୍କଠୁ ଲାଞ୍ଚ ନେବା ମହଙ୍ଗା ପଡିଲା, ଭିଜିଲାନ୍ସ ଦ୍ଵାରା ବନ୍ଧା ହେଲେ ହସ୍ତଶିଳ୍ପ ନିଗମର ସହ-ନିର୍ଦ୍ଦେଶକ ଓ କ୍ରାପ୍ଟମ୍ୟାନ୍
  • ||
  • କଲେଜ୍ରେ ନିର୍ବାଚନୀ ସଭା ନେଇ କଠୋର ହେଲେ ଏସଇସି: ଏସଡିପିଓ ଏବଂ ପ୍ରିନ୍ସିପାଲଙ୍କୁ ନିଲମ୍ବନ କରିବାକୁ ଦେଲେ ନିର୍ଦ୍ଦେଶ
  • ||
  • IPL 2022: କେଏଲ ରାହୁଲଙ୍କ ସହ ଏହି ଦୁଇ ଖେଳାଳିଙ୍କୁ ନିଜ ଦଳରେ ସାମିଲ୍ କଲା ଲକ୍ଷ୍ନୌ ଫ୍ରାଞ୍ଚାଇଜି
  • ||
  • ମଙ୍ଗଳବାର ପୃଥିବୀର ନିକଟତର ହେବ ବିରାଟ ଗ୍ରହାଣୁ : ମାଡ ହେଲେ ଘଟାଇବ ବିନାଶ !
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୧୦ ମୃତ
  • ||
  • ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୮କୁ ବୃଦ୍ଧି
  • ||
  • ରାଜ୍ୟରେ ୧୧ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦୮୬ କୋଭିଡ୍ ପଜିଟିଭ୍, ୧୧୫୫୪୮୭ରେ ପହଞ୍ଚିଲା ସଂଖ୍ୟା
  • ||

ଗଜପତି ମହାରାଜାଙ୍କ ପ୍ରାର୍ଥନା, ମହାପ୍ରଭୁଙ୍କ କୃପାରୁ ଟଳିଯିବ ବିପଦ: କରୋନା ଲକ୍‌ଡାଉନ୍‌କୁ ପାଳନ କରିବାକୁ ନିବେଦନ

10/04/2020 at 12:31 PM

ପୁରୀ ୧୦।୪: ସାରାରାଜ୍ୟରେ କରୋନା ସ୍ଥିତି ଚିନ୍ତାଜନକ ରହିଛି । ତେବେ ରାଜ୍ୟରେ କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା ହୋଇଥିଲା । ଯାହା ଆସନ୍ତା ୧୪ତାରିଖରେ ସରୁଥିଲା । ତେବେ ରାଜ୍ୟରେ କରୋନା ସ୍ଥିତିକୁ ଦେଖି ସରକାର ଲକ୍‌ଡାଉନ୍‌ ଅବଧି ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଗୁରୁବାର ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ତେବେ ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତିକୁ ସ୍ୱାଗତ କରିଛନ୍ତି ପୁରୀର ଗଜପତି ମହାରାଜା ।

ଗଜପତି ମହାରାଜା ବାର୍ତ୍ତା ଜାରି କରି କହିଛନ୍ତି ଯେ, କରୋନା ଭାଇରସ୍‌ର ଭୟାବହତା ଆଖି ଆଗରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌ ଅବଧିକୁ ଅପ୍ରେଲ ୩୦ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ସରକାରଙ୍କ ଏହିଭଳି ନିଷ୍ପତ୍ତି ସ୍ୱାଗତଯୋଗ୍ୟ । ଏହି ନିୟମକୁ ସମସ୍ତେ ଆନ୍ତରିକତାର ସହ ପାଳନ କରିବା ଉଚିତ୍‌ । ସାରାବିଶ୍ୱବାସୀଙ୍କ ପାଇଁ ଗଜପତି ମହାରାଜ ଶ୍ରୀ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କର ନିକଟରେ ପ୍ରାର୍ଥନା କରିଛନ୍ତି । ଜଗନ୍ନାଥଙ୍କ କୃପାରୁ ଏହି ବିପଦ ଖୁବଶୀଘ୍ର ଟଳିଯାଉ  ।

   Related Posts