Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୦ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଢେଙ୍କାନାଳ : ପଞ୍ଚାୟତ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ !
  • ||
  • କଟକ : ହାତୀ ଆକ୍ରମଣରେ ଜଣେ ମୃତ, କୂଳକୁ ଫେରିବା ବାଟରେ ମାରିଥିଲା ଦନ୍ତା
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୦୨ କୋଭିଡ୍ ପଜିଟିଭ୍
  • ||

ହାଇଦରକୁ ଏନକାଉଣ୍ଟର ବେଳେ ବାଜିଥିଲା ୩ ଗୁଳି କିନ୍ତୁ ଶରୀରରୁ ବାହାରିଲା ୪ଟି ଗୁଳି, ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର ହେଲା ମୃତ ଦେହ

25/07/2021 at 4:33 PM

ଭୁବନେଶ୍ବର ୨୫/୦୭ : ଗ୍ୟାଙ୍ଗଷ୍ଟର ହାଇଦରର ଶବ ବ୍ୟବଚ୍ଛେଦ ଶେଷ ହୋଇଛି । ବାଲେଶ୍ବର ହସ୍ପିଟାଲରେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ତାର ଶବ ବ୍ୟବଚ୍ଛେଦ ଶେଷ ହୋଇଥିବା ସୂଚନା ମିଳିଛି । ବ୍ୟବଚ୍ଛେଦ ପରେ ହାଇଦରର ଶରୀରରୁ ୪ଟି ଗୁଳି ବାହାର କରାଯାଇଛି । ଗତକାଲି ଏନ୍‌କାଉଣ୍ଟରରେ ହାଇଦରର ଦେହରେ ମୋଟ ୩ଟି ଗୁଳି ବାଜିଥିଲା । କିନ୍ତୁ ତାର ଦେହରୁ ୪ଟି ଗୁଳି ବାହାରିଛି । ତେବେ ମେଡିକାଲ କର୍ତ୍ତୃପକ୍ଷଙ୍କ କହିବା କଥା ଯେ, ପୂର୍ବରୁ ହୋଇଥିବା ଏନ୍‌କାଉଣ୍ଟରରେ ହାଇଦରର ଜଙ୍ଘରେ ଗୋଟିଏ ଗୁଳି ଫସି ରହିଥିଲା । ପୋଷ୍ଟମର୍ଟମ ବେଳେ ମୋଟ ୪ଟି ଗୁଳି ବାହାର କରାଯାଇଛି । ବ୍ୟବଚ୍ଛେଦ ପରେ ତାର ପରିବାର ଲୋକଙ୍କୁ ମୃତ ଦେହ ହସ୍ତାନ୍ତର କରାଯାଇଛି ।

ଶନିବାର ହାଇଦରକୁ ଚୌଦ୍ୱାର ଜେଲ୍‌ରୁ ବାରିପଦା ଜେଲ୍‌କୁ ନେଉଥିବା ସମୟରେ ରାସ୍ତାରେ ସେ ଖସି ଯିବାକୁ ଚେଷ୍ଟା କରୁଥିବା ବେଳେ ଏନ୍‌କାଉଣ୍ଟର କରିଥିଲା ପୋଲିସ । ତାର ଗୋଡ଼ ଏବଂ ପେଟରେ ଗୁଳି ବାଜିଥିଲା ପରେ ତାକୁ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ହିଁ ତାର ମୃତ୍ୟୁ ଘଟିଥିଲା । ବାଲେଶ୍ୱର ସିମୁଳିଆ ନିକଟରେ ହୋଇଥିଲା ଏହି ଏନ୍‌କାଉଣ୍ଟର । ସୁରକ୍ଷା ଦୃଷ୍ଟିରୁ ତାକୁ ଅନ୍ୟ ଜେଲ୍‌କୁ ସ୍ଥାନାନ୍ତର ହେଉଥିବା ସମୟରେ ସେ ରାସ୍ତାରେ ପରିଶ୍ରା କରିବା ପାଇଁ କହିଥିଲା । ଏହି ସମୟରେ ସେ ଗାଡ଼ିରେ ଥିବା ପୋଲିସ୍‌ଙ୍କ ଠାରୁ ବନ୍ଧୁକ ଛଡ଼ାଇ ଦୌଡ଼ିବାକୁ ଚେଷ୍ଟା କରିଥିଲା । ତାକୁ ଧରିବା ପାଇଁ ପୋଲସ୍‌ ବାଧ୍ୟ ହୋଇ ତା ଉପରେ ଗୁଳିଚାଳନା କରିଥିଲା । ଏଥିରେ ସେ ଆହତ ହୋଇଥିବା ବେଳେ ଚିକିତ୍ସା ପାଇଁ ବାଲେଶ୍ବର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ଚିକିତ୍ସାଧିନ ଅବସ୍ଥାରେ ହିଁ ତାର ମୃତ୍ୟୁ ଘଟିଥିଲା ।

ସୁରକ୍ଷା ଦୃଷ୍ଟିରୁ ଏବଂ କୌଣସି ଅପ୍ରୀତିକର ପରିସ୍ଥିତି ଯେପରି ନଉପୁଜେ ସେଥିପାଇଁ ସମଗ୍ର କେନ୍ଦ୍ରାପଡା ଜିଲ୍ଲାରେ ୧୪୪ ଧାରା ଜାରି କରାଯାଇଛି । କଡା ସୁରକ୍ଷା ବଳୟ ମଧ୍ୟରେ ରହିଛି କେନ୍ଦ୍ରାପଡା ଏବଂ ହାଇଦରର ଗାଁ ରଣପୁର । ଗାଁକୁ ମୃତ ଦେହ ଯାଉଥିବାରୁ ପୋଲିସ ପାଇଁ ନିହାତି ଭାବେ ଚ୍ୟାଲେଞ୍ଜି ହେବ । ସେଥିପାଇଁ ସମଗ୍ର କେନ୍ଦ୍ରାପଡା ଜିଲ୍ଲାରେ ପୋଲିସ ଛାଉଣି କରାଯାଇଛି ।

   Related Posts