Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଗ୍ୟାଙ୍ଗଷ୍ଟର୍ ହାଇଦରର ପୁଅ ସେକ୍ କାଦିରକୁ ଆଜୀବନ କାରାଦଣ୍ଡ, ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାକାଣ୍ଡରେ ଦୋଷୀ ସାବ୍ୟସ୍ତ

4/10/2021 at 4:25 PM

କେନ୍ଦ୍ରାପଡା ୪।୧୦: ଗ୍ୟାଙ୍ଗଷ୍ଟର ହାଇଦର ପୁଅ ଦୁର୍ଦ୍ଦାନ୍ତ ଅପରାଧୀ ସେକ୍ କାଦିର ଓରଫ ମୁନ୍ନାକୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି କେନ୍ଦ୍ରାପଡା ଜିଲ୍ଲା ଦୌରା ଜଜ୍ । ୨୦୧୩ ମସିହାରେ କେନ୍ଦ୍ରାପଡା ଜିଲ୍ଲା ଆଳି ଅଂଚଳର ସାର ବ୍ୟବସାୟୀ ସାହା ନବାଜ ଖାଁ ହତ୍ୟାକାଣ୍ଡରେ କାଦିର ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ବ୍ୟବସାୟୀ ସାହା ନବାଜଙ୍କୁ ଦାଦାବଟି ମାଗି ବିଫଳ ହେଲା ପରେ ସେକ୍ କାଦିର ତାଙ୍କୁ ଦୋକାନରେ ଗୁଳିକରି ହତ୍ୟା କରିଥିବା ଅଭିଯୋଗ ହୋଇଥିଲା । ତେବେ ଏହି ମାମଲାରେ ଅନ୍ୟ ୮ ଜଣ ଅଭିଯୁକ୍ତ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ ହୋଇଥିବା ପବ୍ଲିକ ପ୍ରସିକ୍ୟୁଟର ମାନସ ରଞ୍ଜନ ବେହେରା ସୂଚନା ଦେଇଛନ୍ତି ।

ଦୁର୍ଦ୍ଦାନ୍ତ ଅପରାଧୀ ତଥା ବିଗତ ଦିନର ଗ୍ୟାଙ୍ଗଷ୍ଟର ହାଇଦରର ବଡ଼ ପୁଅ ହେଉଛି ସେକ୍ କାଦିର। କାଦିର ନାମରେ ବିଭିନ୍ନ ଥାନାରେ ପ୍ରାୟ ୩୦ରୁ ଅଧିକ ମାମଲା ରହିଛି। ଧମକ ଚମକ ଦେବା, ଦାଦାବଟି ଆଦାୟ, ହତ୍ୟା ଧମକ, ଟେଣ୍ଡର ଫିକ୍ସିଂ, ବୋମାମାଡ଼, ଲୁଟ୍, ହତ୍ୟା ପ୍ରଭୃତି ମାମଲାରେ ସେକ୍ କାଦିରର ସମ୍ପୃକ୍ତି ରହିଛି । ନିକଟରେ ହାଇଦରର ମୃତ୍ୟୁ ପରେ ନିଜ ବାପାର ଅନ୍ତ୍ୟଷ୍ଟି କ୍ରିୟାରେ ଯୋଗଦେବା ପାଇଁ ସେକ୍ କାଦିର ଜାମିନ ପାଇବା ପାଇଁ କୋର୍ଟଙ୍କ ନିକଟରେ ପ୍ରାର୍ଥନା କରିଥିଲେ।

   Related Posts