Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଇରଙ୍ଗପୁର: ଗୋରୁମହିଷାଣି ପୋଲିସର ସଡକ ସୁରକ୍ଷା ସଚେତନ କାର୍ଯ୍ୟକ୍ରମ, ସାମିଲ ଥିଲେ ସ୍ଥାନୀୟ ଲୋକେ
  • ||
  • ବଲାଙ୍ଗୀର: ପୁଣି ରକ୍ତ ରଞ୍ଜିତ ହେଲା ଶୁଲିଆ ପୀଠ, ଗଡିଲା ଶହ ଶହ ପଶୁ-ପକ୍ଷୀଙ୍କ ମୁଣ୍ଡ
  • ||
  • ଭୁବନେଶ୍ବରରେ ପହଞ୍ଚିଲା ୨ୟ ପର୍ଯ୍ୟାୟ କୋଭିଡ ଟିକା: ସ୍ପାଇସ୍ ଜେଟ୍‌ରେ ଆସିଲା ଟିକା
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||

‘ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଅଛି, କଥା ହେଉଛନ୍ତି’, ଗାଙ୍ଗୁଲିଙ୍କୁ ଭେଟିବା ପରେ ଝିଅ ସନା ଦେଲେ ପ୍ରତିକ୍ରିୟା

3/01/2021 at 12:01 PM

କୋଲକାତା,୦୩/୦୧:  ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଶନିବାର ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି । ଏନେଇ ଗାଙ୍ଗୁଲିଙ୍କ ଝିଅ ସନା ସୂଚନା ଦେଇଛନ୍ତି ।

ହସ୍ପିଟାଲରେ ଗାଙ୍ଗୁଲିଙ୍କୁ ଭେଟିବା ପରେ ସନା କହିଛନ୍ତି ଯେ, ସେ ଭଲ ଅଛନ୍ତି । ଅବସ୍ଥା ସ୍ଥିର ରହିଛି । ଏହାସହ ସେ ପିତାଙ୍କ ସହ କଥା ମଧ୍ୟ ହୋଇଛନ୍ତି ।

ରିପୋର୍ଟ ଅନୁସାରେ, ଶନିବାର ଗାଙ୍ଗୁଲି ତାଙ୍କ ଘରେ ବ୍ୟାୟାମ କରୁଥିବା ବେଳେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ତାଙ୍କୁ ପରିବାର ଲୋକେ ତୁରନ୍ତ କୋଲକାତାର ବୁଣ୍ଡଲ୍ୟାଣ୍ଡସ୍ ହସ୍ପିଚାଲରେ ଭର୍ତ୍ତି କରିଥିଲେ । ସେଠାରେ ତାଙ୍କର ଆଜିଓପ୍ଲାଷ୍ଟି କରାଯାଇଥିଲା ।

ହସ୍ପିଟାଲର ସୂଚନା ଅନୁସାରେ, ଗାଙ୍ଗୁଲିଙ୍କ ଅବସ୍ଥା ସ୍ଥିର ଅଛି । ତାଙ୍କ ହୃଦୟରେ ଅସ୍ତ୍ରୋପଚାର ହୋଇଛି । ଏବେ ସେ ସମ୍ପୂର୍ଣ୍ଣ ଭାବେ ସୁସ୍ଥ ଅଛନ୍ତି । ଦାଦାଙ୍କ ସ୍ୱାସ୍ଥ୍ୟ ଖରାପ ଖବର ଆସିବା ପରେ ଅନେକ ରାଜନେତା, ମନ୍ତ୍ରୀ ତଥା ପ୍ରଶଂସକ ତାଙ୍କର ଆରୋଗ୍ୟ କାମନା କରିଥିଲେ ।  

   Related Posts