Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଜିଲ୍ଲା ବାହାରକୁ କରୁଥିଲେ ଚୋରା କାରବାର, ୪ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ

8/12/2021 at 7:51 AM

ବାଲିଗୁଡ଼ା ୦୮।୧୨: ଧରାପଡିଗଲା ଚୋରା କାରବାର । ୪ କ୍ୱିଇଣ୍ଟାଲ୍‌ରୁ ଅଧିକ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ । ଘଟଣାରେ ସଂପୃକ୍ତ ଥିବା ଜଣଙ୍କୁ ଗିରଫ କରାଯାଇଥିବା ବେଳେ ୩ଜଣ ଫେରାର ହୋଇଛନ୍ତି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରିଛି ।

ଖବର ଅନୁଯାୟୀ, ଅଞ୍ଚଳରେ ଗଞ୍ଜେଇ କାରବାର୍‌ ଚାଲିଥିବା ନେଇ ପୋଲିସ ନିକଟରେ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ବାଲିଗୁଡ଼ା ଥାନା ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ପକ୍ଷରୁ ପାଟ୍ରୋଲିଂ କରାଯାଉଥିଲା । ବାଲିଗୁଡ଼ାରୁ ବାହାର ଜିଲ୍ଲାକୁ ଚୋରା ଚାଲାଣ ବେଳେ ୪ କ୍ୱିଣ୍ଟାଲ୍‌ରୁ ଅଧିକ ଗଞ୍ଜେଇ ଜବତ କରିଛି ପୋଲିସ । ଏହା ସହିତ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୩ଜଣ ଫେରାର ହେବାରେ ସଫଳ ହୋଇଛନ୍ତି । ତେବେ ଗିରଫ ବ୍ୟକ୍ତି ଜଣଙ୍କ ବାଲିଗୁଡ଼ା ଥାନା ସଲାଗୁଡ଼ାର ମନୋଜ କହଁର ବୋଲି ଜଣାପଡିଛି । ଚୋରା କାରବାରରେ ସଂପୃକ୍ତ ସମସ୍ତଙ୍କ ନାମରେ ମାମଲା ରୁଜୁ କରି ଛାନ୍‌ଭିନ୍‌ କରୁଛି ପୋଲିସ ।

   Related Posts