Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ସାନଖେମୁଣ୍ଡିର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କଲେ ଗଞ୍ଜାମ ଜିଲ୍ଲାପାଳ

19/11/2020 at 9:49 PM

ସାନଖେମୁଣ୍ଡି ୧୯/୧୧: ଗୁରୁବାର ଅପରାହ୍ନରେ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସାନଖେମୁଣ୍ଡି ବ୍ଲକ ପରିଦର୍ଶନରେ ଆସି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ଗୋବିନ୍ଦପୁର ପଞ୍ଚାୟତର ସାମନ୍ତରାପୁର, ଢ଼ିମୀରାପଲ୍ଲୀ, କତାପଲ୍ଲୀ, ମହିବିଲ,ବାରିଗାଁ ଗାଁର ମନରେଗା ଯୋଜନାର ସମୀକ୍ଷା ସହ ଆଦର୍ଶ ପୋଖରୀ, ଆଦର୍ଶ ଗୁହାଳ ,କୂଅ ବୁଲି ଦେଖି ପରାମର୍ଶ ଦେଇଥିଲେ।

ମନରେଗା କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ କହିଥିଲେ ଜିଲ୍ଲାପାଳ। ତା ସହିତ ସାନଖେମୁଣ୍ଡି ବିଡ଼ିଓଙ୍କୁ ଶୀତ ଦିନରେ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ହେବାର ଆଶଙ୍କାକୁ ନଜର ରଖି ସରକାରୀ ଗାଇଡ୍‌ଲାଇନ ଉଲଘଂନକାରୀଙ୍କ ଉପରେ ନଜର ରଖିବା ସହ ଗାଁ ଗାଁ ରେ ସଚେତନତା କରିବାକୁ କହିଥିଲେ।

ପରିଦର୍ଶନ ସମୟରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ସମେତ ସାନଖେମୁଣ୍ଡି ବିଡ଼ିଓ ଗାୟତ୍ରୀ ଦତ୍ତ ନାୟକ,ସହକାରୀ ଯନ୍ତ୍ରୀ ଭିକାରୀ ଖଣ୍ଡୁଅଳ,କନିଷ୍ଠ ଯନ୍ତ୍ରୀ ମନୋଜ ବେହେରା, ଜିଆରଏସ ଅମିତ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

   Related Posts