Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଗଞ୍ଜାମରେ ୧୫୦୦ ଟପିଲା କୋଭିଡ୍ ପଜିଟିଭ୍ ସଂଖ୍ୟା, ଗାଡି ଚଳାଚଳ ଉପରେ ରୋକ୍ ଲଗାଇଲା ଜିଲ୍ଲା ପ୍ରଶାସନ

2/07/2020 at 3:33 PM

ବ୍ରହ୍ମପୁର, ୦୨|୦୭:  ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୦୦ ଟପିଛି । ଗୁରୁବାର ଜିଲ୍ଲାରେ ଆହୁରି ୯୫ କୋଭିଡ ପଜିଟିଭ୍ ଚିହ୍ନଟ ହେବା ପରେ ଜିଲ୍ଲାର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୫୬୭ରେ ପହଁଚିଛି  । ଏନେଇ ଜିଲ୍ଲାପାଳ ଅମୃତ କୁଲାଙ୍ଗେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ଏହାସହ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ କରୋନାଜନିତ ମୃତ୍ୟୁସଂଖ୍ୟା ୧୬କୁ ବୃଦ୍ଧି ପାଇଛି ।

ଏତତ୍ ବ୍ୟତୀତ ପ୍ରଶାସନ ପକ୍ଷରୁ ଜିଲ୍ଲାରେ ଗାଡି ଚଳାଚଳ ଉପରେ ରୋକ୍ ଲଗାଯାଇଛି । ମାଲ୍ ପରିବହନ, କୃଷିଜାତ ସାମଗ୍ରୀ ଏବଂ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ବ୍ୟତୀତ ଅନ୍ୟ ସବୁ ଗାଡି ଚଳାଚଳ ଉପରେ ଜିଲ୍ଲାପାଳ ରୋକ ଲଗାଇଛନ୍ତି । ଏହାସହ ଘରେ ରହିବାକୁ ଜିଲ୍ଲାପାଳ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ, ଗୁରୁବାର ରାଜ୍ୟରେ ଆଉ ୨୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୩ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

   Related Posts