Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ଜିଲ୍ଲାପାଳଙ୍କ କ୍ଷମତା ପ୍ରୟୋଗ କଲେ ସରପଞ୍ଚ, ପଞ୍ଚାୟତକୁ ସପ୍ତାହେ ପାଇଁ କଲେ ସଟଡାଉନ୍

28/06/2020 at 7:34 PM

ସାନଖେମୁଣ୍ଡି, ୨୮|୦୬: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ଵର ପଞ୍ଚାୟତକୁ ରବିବାର ଠାରୁ  ସଟଡାଉନ୍ ଘୋଷଣା କରିଛନ୍ତି ସରପଞ୍ଚ ଅନୀତା କୁମାରୀ ସ୍ବାଇଁ। ଏନେଇ ଗଞ୍ଜାମ ଜିଲା ପ୍ରଶାସନ ଓ ସ୍ଥାନୀୟ ପୋଲିସ ସହ ସବିଶେଷ ଆଲୋଚନା ପରେ ସମଗ୍ର ପଞ୍ଚାୟତକୁ ଏକ ସପ୍ତାହବ୍ୟାପୀ ସଟଡାଉନ ଘୋଷଣା କରାଯାଇଥିବା ସେ କହିଛନ୍ତି।

ଏନେଇ ବିଡ଼ିଓ ହଳଧର ଶବରଙ୍କୁ ପଚାରିବାରୁ ସଟଡାଉନ୍ ସମ୍ପର୍କରେ ସମସ୍ତ ପଞ୍ଚାୟତବାସୀଙ୍କୁ ଅବଗତ କରିଦିଆଯାଇଛି।ପଞ୍ଚାୟତ କାର୍ଯ୍ୟାଳୟ ପକ୍ଷରୁ ଏନେଇ ବ୍ୟାପକ ସଚେତନତା କରାଯାଇଛି।  କୋଭିଡ-୧୯ ପରିପ୍ରେକ୍ଷୀରେ ସାମାଜିକ ଦୂରତ୍ୱ ବଜାୟ ରଖିବା ଏବଂ ମାସ୍କ ପରିଧାନ କରିବା ନେଇ ପ୍ରଶାସନ ତୀକ୍ଷ୍ଣ ନଜର ରଖିଥିବା ବେଳେ ସଟଡ଼ାଉନ ସମୟରେ ଜରୁରୀ ସେବା ଯୋଗାଉଥିବା ସଂସ୍ଥା ବ୍ୟତୀତ ସମସ୍ତ ଦୋକାନ ବଜାର ବନ୍ଦ ରହିବ ବୋଲି ସେ କହିଛନ୍ତି।, କେହିବି ଘରୁ ବାହାରିବେ ନାହିଁ।ପୋଖରୀରେ ଗାଧୋଇବା ଶୌଚ ହେବା ମନା। ଜରୁରୀ କାମ ନଥିଲେ ଘରୁ ବାହାରକୁ ବାହାରିବେ ନାହିଁ । ଲୋକେ ଭୟଭୀତ ନ ହୋଇ ସାମାଜିକ ଦୂରତା ସହ ସମସ୍ତେ ମାସ୍କ ପିନ୍ଧିବା ଜରୁରୀ ବୋଲି ମାଇକ ଯୋଗେ ପ୍ରଚାର କରାଯାଇଥିବା ସରପଞ୍ଚ ପ୍ରତିନିଧି ସରୋଜ କୁମାର ଜେନା କହିଛନ୍ତି।

ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ରରୁ ଫେରି ହୋମ କ୍ଵାରେଣ୍ଟାଇନରେ ଥିବା କିଛି ପ୍ରବାସୀ ଓଡ଼ିଆଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ  କରୋନା ପଜେଟିଭ୍ ଚିହ୍ନଟ କରାଯାଇ ଚିକିତ୍ସା କରାଯାଉଛି। ଏ ନେଇ ରବିବାର ରିପୋର୍ଟ ମିଳିବା ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଦିଗପହଣ୍ଡି ଏକଜିକ୍ୟୁଟିଭ  ମାଜିଷ୍ଟ୍ରେଟ ତଥା ତହସିଲଦାର ଅଦ୍ଵୈତ କୁମାର ସ୍ବାଇଁ ସୂଚନା ଦେଇଛନ୍ତି।  ସମଗ୍ର ପଞ୍ଚାୟତକୁ ସଟଡାଉନ୍ ଘୋଷଣା ସହ ଆବଶ୍ୟକ ପଡିଲେ ସିଦ୍ଧେଶ୍ୱର ଗାଁକୁ କଣ୍ଟେନମେଣ୍ଟ ଜୋନ କରିବା ନିମନ୍ତେ ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କ ପକ୍ଷରୁ ବିଚାର ବିମର୍ଶ ଜାରି ରହିଛି।

   Related Posts