Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ଅପରେସନ ଗ୍ରୀନ କ୍ଲିନ୍, ୧୩ କୋଟି ଟଙ୍କାର ଗଞ୍ଜେଇ ଚାଷ ପୋଡି ନଷ୍ଟ

14/01/2021 at 8:06 AM

ମୋହନା ୧୪।୦୧: ଅପରେସନ ଗ୍ରୀନ କ୍ଲିନ୍‌ । ପ୍ରାୟ ୬୫ ଏକର ଗଞ୍ଜେଇ ଚାଷ ନଷ୍ଟ କରିଛି ଅବକାରୀ ବିଭାଗ ଓ ପୋଲିସ । ଯାହାର ଆନୁମାନିକ ମୂଲ୍ୟ ୧୩ କୋଟି ଟଙ୍କା ହେବ । ଗଜପତି ଜିଲ୍ଲା ମୋହନା ଥାନା ଢେପାଗୁଡ଼ା ପଞ୍ଚାୟତ ବ୍ରାହ୍ମଣପଲ୍ଲୀ ଗାଁ ଚାଷ ନଷ୍ଟ କରାଯାଇଛି ।

ଖବର ଅନୁଯାୟୀ, ଜିଲ୍ଲାରେ ଗଞ୍ଜେଇ ଚାଷ ବଢୁଥିବାର ଅବକାରୀ ବିଭାଗ ନିକଟରେ ଖବର ପହଞ୍ଚିଥିଲା । ଏନେଇ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଗତ କିଛି ଦିନ ହେଲା ଅନେକ ସ୍ଥାନରୁ ଗଞ୍ଜେଇ ଚାଷ କରାଯାଉଛି ।ଏହିପରିପ୍ରେକ୍ଷୀରେ ମୋହନା ଥାନା ଢେପାଗୁଡା ପଞ୍ଚାୟତ ବ୍ରାହ୍ମଣ ପଲି ଗାଁ ନିକଟରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରିଛି । ପ୍ରାୟ ୬୫ ଏକରରେ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି ।  ନଷ୍ଟ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୩ କୋଟି ଟଙ୍କା ହେବ ବୋଲି ପୋଲିସ ସୂଚନା ଦେଇଛି । ସେହି ଅଞ୍ଚଳରେ ଲଗାତାର ଚଢ଼ାଉ ଚଢ଼ାଉ ଜାରି ରହିଥିବା ବେଳେ ଆହୁରି ବିପୁଳ ଗଞ୍ଜେଇ ଚାଷ ନଷ୍ଟ କରାଯିବ ବୋଲି ସୂଚନା ମିଳିଛି ।

   Related Posts