Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

୬୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ

13/11/2021 at 7:35 AM

ମୁନିଗୁଡା, ୧୩|୧୧:ବିପୁଳ ପରିମାଣର ଗଞ୍ଜେଇ ଜବତ ।  ରାୟଗଡ଼ା ଜିଲ୍ଲା ପଦ୍ମପୁର ଓ କେନ୍ଦୁଗୁଡା ପୋଲିସ ଏହି ସବୁ ସବୁଜ ଜହର ଜବତ କରିଛି ।

ବିଶେଷ ସୂତ୍ରରୁ ଖବର ପାଇ କେନ୍ଦୁଗୁଡା ଫାଣ୍ଡି ଅଧିନସ୍ଥ ସିମିରି ଵିଶ୍ରାମଗାରରେ କିଛି ବେପାରୀ ଗଞ୍ଜେଇ ଚୋରା ଚାଲାଣ ପାଇଁ ଅପେକ୍ଷା କରିଥିଲେ । ଏହି ସମୟରେ ପୋଲିସ ଚଢ଼ଉ କରି ୧୬ଟି ବସ୍ତାରେ ଥିବା ୬ କୁଇଣ୍ଟାଲ ୪୦ କେଜି ଗଞ୍ଜେଇ ଜବତ କରିବା ସହ ଦୁଇଜଣଙ୍କୁ ଗିରଫ କରିଛି । ଗିରଫ ଦୁଇଜଣ ହେଲେ ସିମିରି ଗ୍ରାମର ରେକଡ଼ା ବେଇନା ଓ ଅନ୍ୟ ଜଣେ ମିଲିକାପାଙ୍ଗା ଗାଁର ଟୁନା ଲିମା  । ଗଞ୍ଜେଇକୁ ଅନ୍ୟ ରାଜ୍ୟକୁ ଚାଲାଣ ପାଇ ରଖାଯାଇଥିବା ଜଣା ପଡ଼ିଛି । 

ଗଞ୍ଜେଇକୁ ପଦ୍ମପୁର  ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଓଜନ କରାଯାଇଥିଲା ।  ଜବତ ଗଞ୍ଜେଇର ଅନୁମାନିକ ମୂଲ୍ୟ ୬୪ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଥିବା ବେଳେ ଏଥିରେ ଆଉ କିଏ ସମ୍ପୃକ୍ତ ଅଛି ସେନେଅ ତନାଘନା ଆରମ୍ଭ କରିଛି ପୋଲିସ ।

   Related Posts