Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

୫୦ହଜାର ଟଙ୍କାର ଗଞ୍ଜେଇ ସହ କାର୍ ଜବତ, ଚମ୍ପଟ ମାରିଲେ ମାଫିଆ

10/11/2020 at 9:40 AM

ଲମତାପୁଟ ୧୦।୧୧: କୋରାପୁଟ ଜିଲ୍ଲା ନନ୍ଦପୁର ଅଞ୍ଚଳରୁ କେରଳ ଚାଲାଣ ବେଳେ ନନ୍ଦପୁର ପୋଲିସ ହାତରେ ଧରାପଡିଛି  ବିପୁଳ ଗଞ୍ଜେଇ । ବିଶେଷ ସୂତ୍ରରୁ ଖବର ପାଇ ନନ୍ଦପୁର ଏସଡିପିଓଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଛକ ନିକଟରେ ନନ୍ଦପୁର ପୋଲିସ ପାଟ୍ରୋଲିଂ କରି ଗାଡି ଯାଞ୍ଚ କରୁଥିବା ସମୟରେ  ହିକିମପୁଟ   ଅଞ୍ଚଳରୁ ଦ୍ରୁତ ଗତିରେ ଆସୁଥିବା ମାରୁତି କାରକୁ ଅଟକାଇବା ପାଇଁ ଚେଷ୍ଟା କରିଥିଲା ପୋଲିସ । କିନ୍ତୁ  କାର  ବିପରୀତ ଦିଗକୁ ବୁଲାଇ ପୋଲିସକୁ ଚକମା ଦେଇ ଚାଲିଯାଉଥିଲା । ପୋଲିସ କାରକୁ ପିଛା କରିଥିଲା । ଅନ୍ଧାର ରାତିର ସୁଯୋଗ ନେଇ ଏକ ଜଙ୍ଗଲରେ ଗାଡି ଛାଡି ଗଞ୍ଜେଇ ମାଫିଆ ଚମ୍ପଟ ମାରିଥିଲେ ।

କାରକୁ ଯାଞ୍ଚ କରିବା ବେଳେ ବିପୁଳ ପରିମାଣର ଗଞ୍ଜେଇ ଥିବା ଜଣାପଡିଥିଲା । ଗଞ୍ଜେଇ ଚାଲାଣ ବେଳେ ବ୍ୟବହୃତ ହୋଇଥିବା କାରକୁ ଜବତ କରିଛି ପୋଲିସ  । ଏହି  କାରରେ ପ୍ରାୟ ୫୦ ହାଜର ଟଙ୍କାର ଗଞ୍ଜେଇ ଥିବା ଜାଣିବାକୁ ପାଇଛି ପୋଲିସ । ଜବତ କାର୍ ମାଲିକଙ୍କ ନାମରେ କେସ୍ ରୁଜୁ କରି ତଦନ୍ତ ଆରମ୍ଭ କରିଛି ପୋଲିସ । ଏହି ଗଞ୍ଜେଇ ଚୋରା ଚାଲଣରେ ସ୍ଥାନୀୟ ଯୁବକଙ୍କ ସମ୍ପୃକ୍ତି ଥିବା ପୋଲିସ ଜାଣିବାକୁ ପାଇଛି । ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଥାନା  ଅଧିକାରୀ ସୂଚନା ଦେଇଛନ୍ତି ।

   Related Posts