Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବଳଦ ନେଇ ଘରକୁ ଫେରୁଥିଲେ, ବଜ୍ରାଘାତରେ ଚାଲିଗଲା ରାଇଦାସଙ୍କ ଜୀବନ
  • ||
  • ମହିଳା ସାମ୍ବାଦିକ ସବନମ୍‌ ଶିରିନ୍‌ଙ୍କ ଦେହାନ୍ତ , କୋଭିଡ୍‌ରେ ଆକ୍ରାନ୍ତ ହୋଇ ଏମସ୍‌ରେ ହେଉଥିଲେ ଚିକିତ୍ସିତ
  • ||
  • ଭଦ୍ରକ : ବାପଘର ଲୋକ ଆଣିଲେ ବଧୂ ହତ୍ୟା ଅଭିଯୋଗ, ଶ୍ବଶୁରଘର କହୁଛନ୍ତି ପଡିଗଲେ ବାଥରୁମ୍‌ରେ
  • ||
  • ୧୦ ହଜାର ତଳକୁ ଖସିଲା କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୯୭୯୩ ପଜିଟିଭ୍
  • ||
  • ୧୦ ବର୍ଷର ଶିଶୁର ଜୀବନ ନେଲା କରୋନା…
  • ||
  • ଟ୍ରକ୍‌କୁ ଧକ୍କା ଦେଲା ବରଯାତ୍ରୀ ଗାଡି : ୫ ମୃତ, ୩ ଗୁରୁତର
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ଆଉ ୧୮ଜଣଙ୍କ ଜୀବନ, ୨୨୧୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ବୋଲେରୋରୁ ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ଜବତ, ୨ ଜଣ ଅଟକ

6/11/2020 at 8:49 AM

ଲମତାପୁଟ ୬।୧୧: ଓଡ଼ିଶା-ଆନ୍ଧ୍ରପ୍ରଦେଶ ସୀମାନ୍ତରୁ ୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । କଳାହାଣ୍ଡିକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା କୋରାପୁଟ ଜିଲ୍ଲା ପାଡ଼ୁଆ ପୋଲିସ । ଏକ ବୋଲେରୋରୁ ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ଜବତ କରିବା ସହ ୨ ଜଣଙ୍କୁ ଅଟକ ରଖିଛି ପାଡୁଆ ପୋଲିସ ।

ବିଶେଷ ସୂତ୍ରରୁ ଖବର ପାଇ କୋରାପୁଟ ଏସପିଙ୍କ ନିର୍ଦ୍ଦେଶ କ୍ରମେ ନନ୍ଦପୁର ଏସଡିପିଓ ଏବଂ ପାଡୁଆ ଥାନା ଅଧିକାରୀ ମିଳିତ ଭାବେ ଚଟୁଆ ଗାଁ ନିକଟରେ ନାକାବନ୍ଦୀ କରିଥିଲେ । ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋକୁ ଅଟକାଇ ଯାଞ୍ଚ କରିବାରୁ ସେଥିରେ ବିପୁଳ ପରିମାଣର ଗଞ୍ଜେଇ ଥିବା ଜାଣିବାକୁ ପାଇଥିଲା ପୋଲିସ । ଘଟଣାସ୍ଥଳରୁ ୨ ଅଭିଯୁକ୍ତ ଖସିଯିବାକୁ ଚେଷ୍ଟା କରୁଥିବା ବେଳେ ସେମାନଙ୍କୁ କାବୁ କରିନେଇଥିଲା ପାଡୁଆ ପୋଲିସ । ଓଡ଼ିଶା-ଆନ୍ଧ୍ର ସୀମାନ୍ତ ସୁଡୁକ୍ ଗାଁରୁ କଳାହାଣ୍ଡି ଜିଲ୍ଲାକୁ ଏହି ଗଞ୍ଜେଇ ଚୋରା ଚାଲାଣ ହେଉଥିଲା ।

ଅଟକ ଯୁବକମାନେ ହେଲେ କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ମିଙ୍ଗୁର ଗାଁର ଗୌର ଗୋପାଳ ପଣ୍ଡା ଏବଂ କୋଟପାଡି ଗାଁର ଗିରିଧାରୀ ଦିଶାରୀ । ଅଭିଯୁକ୍ତମାନେ ଏହି ଗଞ୍ଜେଇ କାହାଠୁ କିଣିଥିଲେ ଏବଂ କାହାକୁ ବିକ୍ରି କରିଥାନ୍ତେ ଏହାକୁ ନେଇ ପୋଲିସ ଛାନଭିନ୍ ଜାରି ରଖିଛି ।

   Related Posts