Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

କ୍ବାରେଣ୍ଟାଇନ୍ ସେଣ୍ଟରରେ ଫାଟିଲା ଗ୍ୟାସ୍ ସିଲିଣ୍ଡର, ରୋଷେୟା ଆହତ

27/05/2020 at 9:27 AM

ଭଦ୍ରକ ୨୭।୫: କ୍ବାରେଣ୍ଟାଇନ୍ ସେଣ୍ଟରରେ ଅଘଟଣ । ଗ୍ୟାସ୍ ଲିକ୍ ହୋଇ ଫାଟିଗଲା ସିଲିଣ୍ଡର । ଫଳରେ କ୍ବାରେଣ୍ଟାଇନ୍ ସେଣ୍ଟରରେ ଅଗ୍ନିକାଣ୍ଡ ହୋଇଛି । ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।

ସୂଚନାଯୋଗ୍ୟ ଯେ, ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ବ୍ଲକ୍ ଜଳମଣ୍ଡୁଆ ପଞ୍ଚାୟତର ଭାଗିବିନ୍ଧା କ୍ଵାରେଣ୍ଟାଇନ୍ ସେଣ୍ଟରରେ ଗ୍ୟାସ୍ ଲିକ୍ ହେବାପରେ ଫାଟିଯାଇଛି । ଫଳରେ ନିଆଁ ଲାଗିଯାଇଥିଲା । ଅଗ୍ନିକାଣ୍ଡରେ ରୋଷେୟା ଆହତ ହୋଇଥିବା ଜଣାପଡିଛି ।

ନିଆଁ ଲାଗିବା ଯୋଗୁଁ ରୋଷେଇ ସାମଗ୍ରୀ ଓ ଖାଦ୍ୟ ଦ୍ରବ୍ୟ ସବୁ ଜଳି ଯାଇଥିବା ସୂଚନା ମିଳିଛି । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ।

   Related Posts