Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

ରୋଷେଇ ବେଳେ ଗ୍ୟାସ୍ ଟାଙ୍କିରେ ଲାଗିଲା ନିଆଁ, ଜଳିଗଲା ୪ ବଖରା ଘର

5/03/2021 at 4:36 PM

ଯାଜପୁର ୫।୩: ଗ୍ୟାସ୍ ଟାଙ୍କି ଫାଟି ଜଳିଗଲା ୪ ବଖରା ଘର । ଯାଜପୁର ପୌରାଞ୍ଚଳର ସାନବଜାର ଅଞ୍ଚଳର ବାବନ ଚନ୍ଦ୍ର ପରିଡାଙ୍କ ଘରେ ମଧ୍ୟାହ୍ନ ସମୟରେ ରୋଷେଇ ସମୟରେ ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗିଯାଇଥିଲା । ଫଳରେ କିଛି ସମୟ ମଧ୍ୟରେ ନିଆଁ ସମ୍ପୂର୍ଣ୍ଣ ବ୍ୟାପି ଯାଇଥିଲା ।

ସେଠାରେ ଥିବା ଅନ୍ୟ ଟାଙ୍କିରେ ନିଆଁ ଲାଗିଯିବା ଫଳରେ ଭୟାବହ ଅଗ୍ନିକାଣ୍ଡରେ ୪ ବଖରା ଘର ସମ୍ପୂର୍ଣ୍ଣ ଭାବେ ପୋଡି ପାଉଁଶ ହୋଇଯାଇଛି । ଖବର ପାଇ ଦମକଳ ବାହିନୀ ପହଞ୍ଚିବା ପରେ ନିଆଁକୁ ଆୟତ୍ତ କରିଥିଲା । ୪ଟି ଦମକଳ ବାହିନୀ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ହୋଇ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଛି ।

   Related Posts