ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍ : ୨ ମୃତ, ୨ ଗୁରୁତର

Published By : Prameya-News7 Bureau | January 06, 2021 IST

ରାଉରକେଲା ୬।୧: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ୍‌ରେ ପୁଣି ଅଘଟଣ । ପ୍ଲାଣ୍ଟ୍‌ର କୋଲ୍ କେମିକାଲ୍ ବିଭାଗରେ ଗ୍ୟାସ୍ ଲିକ୍ ହୋଇଥିବା ଜଣାପଡିଛି । ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

ସୂଚନାଯୋଗ୍ୟ ଯେ, ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ୍‌ରେ ବିଷାକ୍ତ ଗ୍ୟାସ୍ ଲିକ୍ ଯୋଗୁଁ ୧୦ ଜଣ ଅସୁସ୍ଥ ହୋଇପଡିଥିଲେ । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ଥିଲା । ତେବେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସମସ୍ତଙ୍କୁ ଚିକିତ୍ସା ପାଇଁ ଆଇଜିଏଚରେ ଭର୍ତ୍ତି କରାଯାଇଛି । ତେବେ କେଉଁ କାରଣ ଯୋଗୁଁ ଗ୍ୟାସ୍ ଲିକ୍ ହେଲା ସେ ନେଇ ତଦନ୍ତ ଆରମ୍ଭ କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.