Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଗ୍ୟାସ ଲିକ୍ ହୋଇ ଜଳିଗଲେ ନାବାଳକ, ପରିବାରରେ ଶୋକର ଛାୟା

25/04/2021 at 9:14 AM

ସୁବର୍ଣ୍ଣପୁର ୨୫/୪: ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଶଙ୍କରା ଗାଁରେ ଅଘଟଣ । ଗ୍ୟାସ ଲିକ୍ ହୋଇ ଜଣେ ନାବାଳକ ମୃତକ । ମୃତ ହେଲେ ଶଙ୍କରା ଗାଁର ୧୦ ବର୍ଷୀୟ ବାବୁସାନ ଗୁଦୁରିଆ I ଘରେ ରୋଷେଇ କରିବା ପାଇଁ ପରିବାର ଲୋକେ ଗ୍ୟାସ୍ ଟାଙ୍କି ଅନ କରିଥିବା ସମୟରେ ହଠାତ ଗ୍ୟାସ ଟାଙ୍କିରୁ ନିଆଁ ଲାଗିଯାଇଥିଲା । ତେବେ ନାବାଳକଟି ସେଠି ଛିଡାହୋଇଥିବାବେଳେ ଜୀବନ୍ତ ଜଳିଯାଇଥିଲେ ।

ପରିବାର ଲୋକେ ନାବାଳକକୁ ଚିକିତ୍ସା ପାଇଁ ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିଲେ । କିନ୍ତୁ ବାଟରେ ତାର ମୃତ୍ୟୁ ହୋଇଥିବା କହିଥିଲେ ଡାକ୍ତର । ପରେ ଡାକ୍ତର ମୃତଦେହ ବ୍ୟବଚ୍ଛେଦ ନକରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ । ପରିବାର ଲୋକେ ଗାଁ ମଶାଣୀରେ ଶବ ସତ୍କାର କରିବାକୁ ଯିବା ସମୟରେ ପୋଲିସ ଆସି ସେମାନଙ୍କୁ ବାଧା ଦେଇଥିଲେ । ଏହାସହ ବ୍ୟବଛେଦ ପାଇଁ ପୁଣି ବିନିକା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଥିଲା ।

   Related Posts