Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଚିଙ୍ଗୁଡି ଫ୍ୟାକ୍ଟ୍ରିରେ ବିଷାକ୍ତ ଗ୍ୟାସ୍ ଲିକ୍, ୩ ଗୁରୁତର

23/05/2021 at 1:39 PM

ପାରାଦୀପ ୨୩।୦୫: ପାରାଦୀପ ଗଡ଼ ଶିଳ୍ପାଞ୍ଚଳରେ ଥିବା ଲକ୍ଷ୍ମୀନାରାୟଣ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଅଘଟଣ ଘଟିଛି ।  ଗ୍ୟାସ୍‌ ଲିକ୍ ହୋଇ ସ୍ଥାନୀୟ ଅଞ୍ଚଳରେ ବ୍ୟାପି ଯାଇଥିଲା। ଯାହାଫଳରେ ୩ଜଣ ଗୁରୁତର ହୋଇଥିବା ଜଣାପଡିଛି । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, ଫ୍ୟାକ୍ଟ୍ରିରେ ଗଚ୍ଛିତ ଥିବା ଆମୋନିଆ ଗ୍ୟାସ୍ କୌଣସି କାରଣରୁ ଗ୍ୟାସ୍‌ ଲିକ୍‌ ହୋଇଥିଲା । ଯେଉଁଥିରେ ଫ୍ୟାକ୍ଟ୍ରି ରେ କାର୍ଯ୍ୟ କରୁଥିବା କେତେକ ଲୋକେ ଅସୁସ୍ଥ ହୋଇ ପଡିଥିବା ବେଳେ ସେମାନଙ୍କ ମଧ୍ୟରୁ ୩ଜଣ ଗୁରୁତର ଭାବେ ଅସୁସ୍ଥ ହୋଇ ପଡିଥିଲେ। ଏନେଇ ଫ୍ୟାକ୍ଟ୍ରିରେ କାର୍ଯ୍ୟରତ ଅନ୍ୟ କର୍ମଚାରୀ ଓ ସ୍ଥାନୀୟ ଲୋକେ ତୁରନ୍ତ ଅସୁସ୍ଥ ମାନଙ୍କୁ ସ୍ଥାନୀୟ ବିଜୁ ମେମୋରିଆଲ ହସ୍ପିଟାଲରେ ଭର୍ତ୍ତି କରାଇଥିଲେ। ତେବେ ଗ୍ୟାସ୍ ଲିକ୍ ହେବା ନେଇ କାରଖାନା ପରିସର ଓ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏନେଇ କାରଖାନା କର୍ତ୍ତୃପକ୍ଷ କିଛି ପ୍ରତିକ୍ରିୟା ଦେଇ ନଥିବା ବେଳେ ତୁରନ୍ତ ପ୍ରଶାସନ ଏଥିପ୍ରତି ଧ୍ୟାନ ଦେବା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଛନ୍ତି।

   Related Posts