Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୩ ଦିନିଆ ରିମାଣ୍ଡରେ ଯିବେ ଅଭୟକାନ୍ତ ପାଠକ: ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଦେଲେ ଅନୁମତି
  • ||
  • ଭୁବନେଶ୍ୱର : କମିଲା କରୋନା ପରୀକ୍ଷା ଦର, ଏଣିକି ୪ଶହ ଟଙ୍କାରେ ହେବ କୋଭିଡ୍ RT-PCR ଟେଷ୍ଟ
  • ||
  • କଳାହାଣ୍ଡି : ଜମିବାଡ଼ି ବିବାଦକୁ ନେଇ ଗୋଷ୍ଠୀ ସଂଘର୍ଷ, ୪ ଆହତ
  • ||
  • ଜି.ଉଦୟଗିରି : ଭାରସାମ୍ୟ ହରାଇ ବାଇକ୍ ଦୁର୍ଘଟଣା : ଜଣେ ମୃତ, ୨ ଗୁରୁତର
  • ||
  • କଣ୍ଟାବାଞ୍ଝି : ରେଳ ଷ୍ଟେସନରୁ ୭୪ ଜଣ ଦାଦନ ଶ୍ରମିକ ଉଦ୍ଧାର, ସର୍ଦାର ଫେରାର
  • ||
  • ଜଗତସିଂହପୁର : ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣୀ, ବାସଭବନ ସମେତ ଏକକାଳୀନ ୪ଟି ସ୍ଥାନରେ ଚଢାଉ
  • ||
  • କୌଶାମ୍ବି : ବରଯାତ୍ରୀ ଗାଡ଼ି ଉପରେ ଓଲଟି ପଡ଼ିଲା ବାଲି ଭର୍ତ୍ତି ଟ୍ରକ୍ ,୮ମୃତ
  • ||
  • ଆମେରିକାରେ କରୋନା ସ୍ଥିତି ଭୟଙ୍କର : ଗୋଟିଏ ସପ୍ତାହ ମଧ୍ୟରେ ୧୦ହଜାର ଲୋକଙ୍କ ଗଲା ଜୀବନ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୦ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୮୦ କରୋନା ସଂକ୍ରମିତ, ୩୧୯୫୮୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗି ଶାଶୁ- ବୋହୂଙ୍କ ମୃତ୍ୟୁ: ଗୁରୁତର ଅବସ୍ଥାରେ ମେଡିକାଲରେ ହୋଇଥିଲେ ଭର୍ତ୍ତି

12/11/2020 at 11:13 PM

ଆନନ୍ଦପୁର୧୨/୧୧: ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗି ଶାଶୁ- ବୋହୂ ଉଭୟଙ୍କ ମୃତ୍ୟୁ ହୋଇଛି। ଆନନ୍ଦପୁର ଉପଖଣ୍ଡ ଘସିପୁରା ଥାନା ସମ୍ମୁଖ ଷ୍ଟେଟ୍ ବ୍ୟାଙ୍କ ଶାଖା ପଛପଟ କଲୋନୀରେ ଏହି ଅଭାବନୀୟ ଘଟଣା ଘଟିଛି। ଗ୍ୟାସ୍ ସିଲିଣ୍ଡରରେ ନିଆଁ ଲାଗି ଶାଶୁ- ବୋହୂ ଉଭୟ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମୃତ ହେଲେ ବିନୋଦ ଦାଶଙ୍କ ସ୍ତ୍ରୀ କାନନ ଓ ବୋହୂ ସୁନିତା। ଚା ତିଆରି ପାଇଁ ଶାଶୁ କାନନ ଦିଆସିଲି ମାରିବା ବେଳେ ହଠାତ୍ ନିଆଁ ଜଳି ଉଠିଥିଲା।

ଏହି ନିଆଁ ତାଙ୍କ ଦେହରେ ମାଡି ଯାଇଥିଲା।ଏହି ସମୟରେ ଶାଶୁଙ୍କୁ ଉଦ୍ଧାର କରିବାକୁ ବୋହୂ ସୁନିତା ଧାଇଁ ଆସିଥିଲେ। ସେ ମଧ୍ୟ ଗୁରୁତର ହୋଇଯାଇଥିଲେ। ପରିବାର ଲୋକେ ଉଭୟଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଉଭୟଙ୍କ ଶରୀରର ୮୦ ପ୍ରତିଶତ ପୋଡି ଯାଇଥିଲା।

   Related Posts