Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ଜେନପାକ୍ଟର ଆସିଷ୍ଟାଣ୍ଟ ଭାଇସ ପ୍ରେସିଡେଣ୍ଟ କଲେ ଆତ୍ମହତ୍ୟା: ସହକର୍ମୀ ଯୁବତୀ ଆଣିଥିଲେ ଯୌନ ଉତ୍ପୀଡନ ଅଭିଯୋଗ

20/12/2018 at 2:30 PM

ନୂଆଦିଲ୍ଲୀ ୨୦|୧୨:  ମି-ଠୁ ଅଭିଯୋଗ ନେଲା ଜୀବନ। ଆଇଟି କମ୍ପାନୀ ଜେନପାକ୍ଟର ଆସିଷ୍ଟାଣ୍ଟ ଭାଇସ ପ୍ରେସିଡେଣ୍ଟ ସ୍ବରୂପ ରାଜଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆସିବା ପରେ ସେ ଆତ୍ମହତ୍ୟା କରିଛନ୍ତି । କେରଳ ବାସିନ୍ଦା ସ୍ବରୂପ ରାଜ, ଦିଲ୍ଲୀ ନିକଟସ୍ଥ ନୋଏଡ଼ାରେ ଚାକିରୀ କରୁଥିଲେ। ତେବେ ଅଫିସର ସହକର୍ମୀ ଝିଅମାନେ ତାଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆଣିବା ପରେ ତାଙ୍କୁ ଚାକିରୀରୁ ସସପେଣ୍ଡ କରାଯାଇଥିଲା । କମ୍ପାନୀରୁ ସସପେଣ୍ଡ ଅର୍ଡର ପାଇବା ପରେ ସେ ଆତ୍ମହତ୍ୟା କରିଥିବା ଜଣାପଡିଛି ।

ଆତ୍ମହତ୍ୟା ପୂର୍ବରୁ ସେ ନିଜ ପତ୍ନୀଙ୍କ ପାଇଁ ଏକ ସୁଇସାଇଡ୍ ନୋଟ୍  ଛାଡ଼ି ଯାଇଛନ୍ତି । ସେ ନିର୍ଦ୍ଦୋଶ  ତାଙ୍କୁ ଅଫିସର ସହକର୍ମୀ ଝିଅମାନେ ମିଛ ଅଭିଯୋଗ କରି ଫସାଇଦେଇଛନ୍ତି ବୋଲି ସେ ସୁଇସାଇଡ୍ ନୋଟ୍ ରେ ଲେଖିଛନ୍ତି । ତାଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗ ଆସିବା ପରେ ଲୋକେ ତାଙ୍କୁ ଘୃଣା ଚକ୍ଷୁରେ ଦେଖୁଥିଲେ। 

ସ୍ବରୂପ ରାଜ ତାଙ୍କର ନୋଏଡ଼ା ସ୍ଥିତ ବାସଭବନରେ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।

   Related Posts