ଝୁଲା ପୋଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର

Published By : Prameya-News7 Bureau | June 09, 2018 IST

ଘଟଗାଁ ଥାନା ଅନ୍ତର୍ଗତ ବଡଜାମୁପଶି ଝୁଲା ପୋଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ଆଜି ସକାଳୁ ସ୍ଥାନୀୟ ଲୋକ ମୃତଦେହ ଦେଖି ପୋଲିସକୁ ଖବର ଦେଇଥିଲେ । ପୋଲିସ ଘଟଣାସ୍ଥଳରୁ ମୃତଦେହ ଜବତ କରି ତଦନ୍ତ କରୁଛି । ତେବେ ମୃତ ଯୁବକଙ୍କ ପରିଚୟ ମିଳିପାରିନି । ତାଙ୍କ ମୁଣ୍ଡରେ ଗଭୀର କ୍ଷତ ଚିହ୍ନ ରହିଛି । ତେଣୁ କେହି ହତ୍ୟା କରି ଏଠାରେ ଆଣି ଫୋପାଡି ଦେଇଥିବା ସନ୍ଦେହ କରାଯାଉଛି । ପୋଲିସ ଘଟଣାର ତଦନ୍ତ କରୁଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.