Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଶ୍ମଶାନ ଘାଟରେ ଛାତ ଭୁଶୁଡ଼ିବା ଘଟଣା : ସୁପରଭାଇଜର ସମେତ ୩ ଗିରଫ, ମୃତ୍ୟୁ ସଂଖ୍ୟା ୨୪କୁ ବୃଦ୍ଧି

4/01/2021 at 11:43 AM

ଗାଜିଆବାଦ ୦୪।୦୧ : ଗାଜିଆବାଦର ଏକ ଶ୍ମଶାନରେ ଛାତ ଭୁଶୁଡ଼ିବା ଘଟଣାରେ ଏବେ ସୁଦ୍ଧା ୨୪ ଜଣଙ୍କ ଜୀବନ ଯାଇଛି । ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାର ମଧ୍ୟ ଆଶଙ୍କା ରହିଛି । ତେବେ ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛି ପ୍ରଶାସନ । ୟୁପି ପୋଲିସ ଘଟଣାରେ ୩ଜଣଙ୍କୁ ଗିରଫ କରିଛି ।

ପୋଲିସ ନଗରପାଲିକାର କାର୍ଯ୍ୟକାରୀ ଅଧିକାରୀ ନିହାରିକା ସିଂହ, କନିଷ୍ଠ ଯନ୍ତ୍ରୀ ଜେପି ସିଂହ, ସୁପରଭାଇଜର ଆଶିଷଙ୍କୁ ଗିରଫ କରାଯାଇଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ପୋଲିସ ଠିକାଦାରକୁ ଗିରଫ କରିବାରେ ସଫଳ ହୋଇନାହିଁ । ଅନ୍ୟପଟେ ଗୁରୁତରମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ସେମାନଙ୍କର ଚିକିତ୍ସା ଜାରି ରହିଛି । ଏବେ ସୁଦ୍ଧା ୩୦ ଜଣଙ୍କୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଛି ।

ଖବର ଅନୁଯାୟୀ, ଗାଜିଆବାଦରେ ଏକ ଅନ୍ତିମ ସଂସ୍କାରରେ ଯୋଗେ ଦେଇଥିଲେ କିଛି ଲୋକ । କିନ୍ତୁ ସେଠାରେ ଘଟିଗଲା ଏକ ଅଘଟଣ । ଶ୍ମସାନ ଘାଟରେ ଛାତ ଭୁଶୁଡ଼ି ପଡ଼ିବାରୁ ବହୁ ଲୋକ ଚାପି ହୋଇ ହୋଇଯାଇଥିଲେ । ଦୁର୍ଘଟଣା ସମ୍ପର୍କରେ ଜାଣିବା ପରେ ପୋଲିସ ଓ ଏନଡିଆରଏଫ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ସମୟକ୍ରମେ ସେଠାରୁ ସେମାନଙ୍କୁ ଉଦ୍ଧାର କରାଯାଇଥିଲା । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ୨୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି, ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଶୋକ ଜାହିର କରିଥିଲେ । ଏହାସହିତ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ।

   Related Posts