Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ଘିଅ ଓ ଗୁଡର କମ୍ବିନେସନ ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ହିତକର: ଭୋଜନ ପରେ ଏହିଭଳି କରନ୍ତୁ ସେବନ

11/10/2021 at 9:08 PM

ଭୁବନେଶ୍ୱର ୧୧/୧୦ : ଘିଅ ଓ ଗୁଡ ପ୍ରାୟ ସମସ୍ତଙ୍କ ରୋଷେଇ ଘରେ ଉପଲବ୍ଧ। ଉଭୟ ଘିଅ ଓ ଗୁଡ ସ୍ୱାସ୍ଥ୍ୟ ପାଇଁ ହିତକର। କିନ୍ତୁ ସାଧାରଣତଃ ଏହାକୁ ଆମେ ଅଲଗା ଅଲଗା ବ୍ୟବହାର କରିଥାଉ। ଯଦି ଘିଅ ଓ ଗୁଡକୁ ଏକାସାଙ୍ଗେ ସେବନ କରଯାଏ ତାହେଲେ ଅନେକ ଲାଭ ମିଳିବ। ବିଶେଷଜ୍ଞଙ୍କ କହିବାନୁଯାୟୀ, ଘିଅ ଓ ଗୁଡର ମିଶ୍ରଣ ସୁପରଫୁଡ ଭଳି କାମ କରିଥାଏ।

ଘିଅ ଓ ଗୁଡକୁ ଆୟୁର୍ବେଦରେ ମଧ୍ୟ ଅନେକ ସମସ୍ୟା ଦୂର କରିବାକୁ ଉତ୍ତମ ବିକଳ୍ପ ବୋଲି କୁହାଯାଏ। ଏହି ଦୁଇଟିର ମିଶ୍ରଣ ଶରୀରକୁ ସୁସ୍ଥ ରଖିବାରେ ସାହାଯ୍ୟ କରେ। ଘିଅ ଓ ଗୁଡର କମ୍ବିନେସନ ଶରୀରକୁ କଣ କଣ ଫାଇଦା ପହଞ୍ଚାଇଥାଏ ଏବଂ ଏହାକୁ କେଉଁ ସମୟରେ ସେବନ କରିବା ଉତ୍ତମ ଆସନ୍ତୁ ଜାଣିବା।

ଘିଅ ଓ ଗୁଡ ଆପଣ ମଧ୍ୟାହ୍ନ ଭୋଜନ ପରେ ସେବନ କରିପାରିବେ। ନଚେତ ରାତ୍ରି ଭୋଜନ ପରେ ମଧ୍ୟ କରିପାରିବେ। ଏଥିପାଇଁ ଗୋଟିଏ ଚାମଚ ଶୁଦ୍ଧ ଘିଅରେ କିଛି ଗୁଡ ମିଶାନ୍ତୁ। ଏହାକୁ ଭୋଜନର ୫-୧୦ ମିନିଟ ପରେ ସେବନ କରିପାରିବେ।

ଘିଅ ଓ ଗୁଡଏଅ ସମ୍ମିଶ୍ରଣକୁ ଏଇଥିପାଇଁ ସୁପରଫୁଡ କୁହାଯାଇଛି କାରଣ ଏଥିରେ ଆୟରନ, ମ୍ୟାଗନେସିୟମ୍ରେ, ପୋଟାସିୟମ ଓ ଭିଟାମିନ ବି-ସି ଭଳି ଅନେକ ପୋଷାକ ତତ୍ତ୍ୱ ରହିଛି। ଘିଅରେ ଭିଟାମିନ ଏ, କେ, ଇ, ଡି ସହ ଫ୍ୟାଟି ଏସିଡ ମଧ୍ୟ ରହିଛି। ଏହା କେବେଳେ ସ୍ୱାସ୍ଥ୍ୟ ପାଇଁ ନୁହେଁ ବରଂ ତ୍ୱଚା ଓ କେଶକୁ ମଧ୍ୟ ଭରପୁର ପୋଷଣ ପ୍ରଦାନ କରିଥାଏ।

ଘିଅ ଓ ଗୁଡର ମିଶ୍ରଣ ପ୍ରତିରୋଧକ କ୍ଷମତା ମଜବୁତ କରିଥାଏ। ଏହା ଶରୀରରେ ହର୍ମୋନ ସନ୍ତୁଳନକୁ ମେଣ୍ଟେନ କରିବାରେ ସାହାଯ୍ୟ କରିଥାଏ। ଏହା ଶରୀରକୁ ଡିଟକ୍ସିଫାଏ ମଧ୍ୟ କରିଥାଏ। ଘିଅ ଓ ଗୁଡର ମିଶ୍ରଣ ଏନିମିଆ ସମସ୍ୟା ଦୂର କରିବାରେ ମଧ୍ୟ ସାହାଯ୍ୟ କରିଥାଏ।

(ବି:ଦ୍ର: ଏହି ଆର୍ଟିକିଲରେ ଦିଆଯାଇଥିବା ସୂଚନା ସାଧାରଣ ଅନୁମାନ ଉପରେ ଆଧାରିତ। କାର୍ଯ୍ୟକାରୀ କରିବା ପୂର୍ବରୁ ଦୟାକରି ସମ୍ପୃକ୍ତ ବିଶେଷଜ୍ଞଙ୍କ ସହ ଯୋଗାଯୋଗ କରନ୍ତୁ)

   Related Posts