Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

ରାତିରେ ଶୋଇଥିବା ବେଳେ ଫାଟିଗଲା ମୋବାଇଲ୍, ବର୍ଷକର ଶିଶୁ କନ୍ୟା ଗୁରୁତର

16/11/2020 at 11:59 AM

ଲକ୍ଷ୍ମୀପୁର ୧୬।୧୧: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ବ୍ଲକ ତଳ ବିଲାଂସିଲ ଗ୍ରାମରେ ଅଭାବନୀୟ ଘଟଣା । ମୋବାଇଲ୍ ଫାଟି ଶିଶୁ କନ୍ୟା ଗୁରୁତର ହୋଇଛନ୍ତି । ଗୁରୁତର ଶିଶୁକୁ ଲକ୍ଷ୍ମୀପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଧିକ ଚିକିତ୍ସା ପାଇଁ କୋରାପୁଟ ମେଡିକାଲ ସ୍ଥାନାନ୍ତର କରାଯିବ ବୋଲି ଡାକ୍ତର କହିଛନ୍ତି ।

ସୂଚନାଯୋଗ୍ୟ ଯେ, କୋରାପୁଟ ଜିଲ୍ଲା ତଳ ବିଲାଂସିଲ ଗାଁର ରୋହିତ ନାଚିକା ବର୍ଷେ ତଳେ ୧୫ ଶହ ଟଙ୍କାରେ ଏକ ମୋବାଇଲ ଫୋନ୍ କିଣିଥିଲେ । ପ୍ରତ୍ୟେକ ଦିନ ଭଳି ରବିବାର ରାତିରେ ମୋବାଇଲ ଚାର୍ଜରେ ବସାଇଥିଲେ । ମୋବାଇଲ ଫୁଲ୍ ଚାର୍ଜ ହେବା ପରେ ଖଟରେ ରଖି ଦେଇଥିଲେ । ଖଟ ଉପରେ ତାଙ୍କ ସ୍ତ୍ରୀ ଓ ବର୍ଷକର ଝିଅ ବର୍ଷା ନାଚିକା ଶୋଇଥିବା ବେଳେ ପ୍ରାୟ ରାତି ଗୋଟାଏ ବେଳେ ମୋବାଇଲ ଫାଟି ଯାଇଥିଲା । ପରେ ନିଜ ଝିଅର ଚିତ୍କାର ଶୁଣି ଦେଖିଲା ବେଳକୁ ମୋବାଇଲ ଫାଟି ଝିଅଟିର ମୁହଁ ପୁରା ପୋଡିଯାଇଛି । ସୋମବାର ସକାଳୁ ସକାଳୁ ଝିଅଟିକୁ ଧରି ଲକ୍ଷ୍ମୀପୁର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି ।

   Related Posts