Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||
  • ସୁବର୍ଣ୍ଣପୁର : ମା’ ସୁରେଶ୍ଵରୀ ମନ୍ଦିରରୁ ଚୋରି ଘଟଣା : କାର୍ଯ୍ୟରେ ଅବହେଳା ପାଇଁ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଖଲ୍ଲିକୋଟ : ଜମିଜମା ବିବାଦକୁ କେନ୍ଦ୍ରକରି ଗାଁରୁ ବାସନ୍ଦ, ନ୍ୟାୟ ଦାବିରେ ଜିଲ୍ଲାପାଳ ଅଫିସ୍ ସମ୍ମୁଖରେ ଆମରଣ ଅନଶନରେ ବସିଲେ ବୃଦ୍ଧ ଦମ୍ପତ୍ତି
  • ||
  • ଭୁବନେଶ୍ବର : ଦରଦାମ୍ ବୃଦ୍ଧି ପ୍ରତିବାଦ ସହ ବିଭିନ୍ନ ପ୍ରସଙ୍ଗକୁ ନେଇ ରାଜଭବନ ସମ୍ମୁଖରେ ବିଜେଡିର ଧାରଣା
  • ||
  • ଭୁବନେଶ୍ବର : ବିଧାନସଭା ଶୀତକାଳୀନ ଅଧିବେଶନ : ଶୋକ ପ୍ରସ୍ତାବ ଆଗତ କଲେ ମୁଖ୍ୟମନ୍ତ୍ରୀ
  • ||
  • ଧର୍ମଗଡ : ଝୁଲନ୍ତା ଅବସ୍ଥାରେ ମିଳିଲା ଯୁବକଙ୍କ ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୬୭ ମୃତ
  • ||

ଦୁଷ୍କର୍ମ ପରେ ହତ୍ୟା କରି ଯୁବତୀଙ୍କୁ ଖଜୁରୀ ଡାଳ ଘୋଡେଇ ଦୁର୍ବୁତ୍ତ ଫେରାର ! ଗାଧୋଇବାକୁ ଯାଇ ଆଉ ଘରକୁ ଫେରିନଥିଲେ

24/07/2021 at 6:56 PM

ଅନଗୋଳ, ୨୪/୦୭: ଅନଗୋଳ ଫୁଲପଡାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଉକ୍ତ ପଞ୍ଚାୟତର ରାଜନାଳି ନିକଟସ୍ଥ ଏକ ନାଳ ପାଖରେ ଜଣେ ଯୁବତୀଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି । ଯୁବତୀ ଜଣକ ସ୍ଥାନୀୟ ଗିରିଧିବାସିଆ ଗ୍ରାମର ମଧୁସ୍ମିତା ଭୋଇ (୨୦) ବୋଲି ଜଣା ପଡିଛନ୍ତି।

ସୂଚନା ଅନୁସାରେ ମଧୁସ୍ମିତା ଘରୁ ନାଳକୁ ଗାଧୋଇବାକୁ ଆସି ଆଉ ଘରକୁ ଫେରି ନଥିଲେ । ବହୁ ଖୋଜାଖୋଜି ପରେ ତାଙ୍କର ମୃତଦେହ ଏକ ବିଲ ପାଖରେ ପଡିଥିବା ଦେଖିବାକୁ ପାଇଥିଲେ ଗ୍ରାମବାସୀ । ଝିଅକୁ ଦୁଷ୍କର୍ମ କରି ମାରି ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି ମୃତ ମଧୁସ୍ମିତାଙ୍କ ବାପା ।

ଖବର ପାଇ ବଅଁରପାଳ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସାଇଣ୍ଟିଫିକ ଟିମ ମଧ୍ୟ ଆସି ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ତଦନ୍ତ ଚାଲିଥିବାରୁ କ୍ୟାମେରା ଆଗରେ କିଛି ପ୍ରତିକ୍ରିୟା ରଖିନାହିଁ ପୋଲିସ୍‌। ଏହି ଘଟଣାରେ ସଂପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ସ୍ଥାନୀୟ ଲୋକ ମହିଧରପୁର ଠାରେ ରାସ୍ତାରୋକ କରିଛନ୍ତି।

   Related Posts