ଶ୍ମଶାନ କଡରୁ ମୁମୂର୍ଷୁ ଅବସ୍ଥାରେ ଅର୍ଦ୍ଧନଗ୍ନ ଯୁବତୀ ଉଦ୍ଧାର, ଗଣଦୁଷ୍କର୍ମ କରି କାର୍‌ରୁ ଫିଙ୍ଗିଦେଇଥିବା ସନ୍ଦେହ

Published By : Prameya-News7 Bureau | November 07, 2019 IST

ଖୋର୍ଦ୍ଧା ୭।୧୧: ଭୁବନେଶ୍ବରରୁ କାର୍ ଭଡା କରି ଖୋର୍ଦ୍ଧା ଆସୁଥିବା ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ । ଖୋର୍ଦ୍ଧା ଉପକଣ୍ଠ ଜେମାଦେଈ ଛକ ନିକଟ ଶ୍ମଶାନ କଡ଼ରୁ ମୁମୂର୍ଷୁ ଅବସ୍ଥାରେ ଯୁବତୀଙ୍କୁ ଉଦ୍ଧାର କରାଯାଇଛି । ଯୁବତୀ ଜଣଙ୍କ ଅର୍ଦ୍ଧ ଉଲଗ୍ନ ଅବସ୍ଥାରେ ପଡିଥିବା ଦେଖିବାକୁ ମିଳିଥିଲା । ତାଙ୍କୁ ଚିକିତ୍ସା ପାଇଁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଖୋର୍ଦ୍ଧା ଏସପି ହସ୍ପିଟାଲକୁ ଆସି ଯୁବତୀଙ୍କୁ ପଚରାଉଚରା କରିଛନ୍ତି ।

{"id":180239}

ଗତକାଲି ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଜେମାଦେଈପୁରର କିଛି ଯୁବକ ରାସ୍ତା ନିକଟସ୍ଥ ଶ୍ମଶାନ କଡ଼ରେ ଯୁବତୀଙ୍କୁ ମୁମୂର୍ଷୁ ଅବସ୍ଥାରେ ପଡ଼ିଥିବା ଦେଖିଥିଲେ । ତାଙ୍କର ଶରୀର କ୍ଷତାକ୍ତ ହୋଇଥିଲା । ଯୁବତୀଙ୍କ ଚେତା ଫେରିବା ପରେ ସେ ଭୁବନେଶ୍ବରରେ କାମ କରୁଥିବା କହିଥିଲେ। ସେ ସବୁଦିନ ପରି କାଲି ମଧ୍ୟ କାର୍  ଭଡ଼ା କରି ଖୋର୍ଦ୍ଧା ଫେରୁଥିଲେ । ସେହି କାର୍ ରେ ୩ ଜଣ ବସିଥିଲେ । ତେବେ ତାଙ୍କ ସହ ବହୁତ କିଛି ହୋଇଛି ଓ ସେ ଆଉ ବଞ୍ଚିବାକୁ ଚାହୁଁନାହାନ୍ତି ବୋଲି ଉଦ୍ଧାର କରିଥିବା ଯୁବକମାନଙ୍କ ଆଗରେ କାନ୍ଦି କାନ୍ଦି କହିଥିଲେ । ଯୁବକମାନେ ପୋଲିସକୁ ଖବର ଦେବା ସହ ଅଗ୍ନିଶମ ବିଭାଗ କର୍ମଚାରୀମାନଙ୍କ ସହାୟତାରେ ତାଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲ୍ ଆଣିଥିଲେ ।

{"id":180240}

ଖବର ପାଇ ଟାଉନ୍ ଥାନା ଅଧିକାରୀ ଜଣେ ମହିଳା ଏସ୍ଆଇ ଓ ଅନ୍ୟ କର୍ମଚାରୀମାନଙ୍କ ସହ ସେଠାରେ ପହଞ୍ଚି ଯୁବତୀଙ୍କୁ ପଚରାଉଚୁରା କରିଥିଲେ । ପରେ ଏସପି ମଧ୍ୟ ହସପିଟାଲରେ ପହଞ୍ଚିଥିଲେ । ଉଦ୍ଧାର ହୋଇଥିବା ଯୁବତୀଙ୍କ ଘର ନୟାଗଡ଼ ଜିଲ୍ଲା ଗଣିଆ ଅଞ୍ଚଳରେ । ବାପାଙ୍କ ମୃତ୍ୟୁ ହୋଇଥିବାବେଳେ ସେ ଓ ତାଙ୍କ ବିଧବା ମା’ ଖୋର୍ଦ୍ଧାରେ ରହୁଛନ୍ତି । ସେ କୌଣସି ସାଟିର୍ଫିକେଟ୍ ଆଣିବା ପାଇଁ ଭୁବନେଶ୍ବର ଯାଇଥିଲେ । ଖଣ୍ଡଗିରି ଛକରୁ ଏକ ଭଡ଼ା କାର୍ ରେ ଆସୁଥିଲା ବେଳେ ବାଟରେ ଏଭଳି କିଛି ଘଟିଥିବା ସନ୍ଦେହ କରାଯାଉଛି । କାରରେ ଥିବା ୩ ଯୁବକଙ୍କ ନାଁରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.