Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଗାଧୋଇବାକୁ ଯାଇ ଆଉ ଫେରିଲେନି ଯୁବତୀ, ନଦୀରୁ ଉଦ୍ଧାର ହେଲା ମୃତଦେହ, କାରଣ ଅସ୍ପଷ୍ଟ !

16/07/2021 at 4:38 PM

ରାଇରଙ୍ଗପୁର ୧୬।୦୭ : ଗାଧୋଇବାକୁ ଯାଇଥିଲେ। ହେଲେ ଆଉ ଘରକୁ ଫେରିଲେନି ଯୁବତୀ। ମୟୂରଭଞ୍ଜ ଜିଲ୍ଲା ଖଡଖାଇ ନଦୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର। ମୃତକ ଜଣକ ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ଅଁଳାଡୁବାର ପଦମ ବାହାଦୁରଙ୍କ ଝିଅ ରୀନା ପାତ୍ର। ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ରହଣୀକୁଦର ଗ୍ରାମ ନିକଟସ୍ଥ ଖଡଖାଇ ନଦୀ କୂଳରେ ଦେଖିବାକୁ ମିଳିଛି ଏପରି ଏକ ଅଭାବନୀୟ ଘଟଣା।

ସୂଚନା ଅନୁଯାୟୀ, ରୀନା ପାତ୍ର ଏକୁଟିଆ ଗାଧୋଇବା ପାଇଁ ସକାଳ ପ୍ରାୟ  ୯ଟାରେ ଖଡଖାଇ ନଦୀକୁ ଯାଇଥିଲେ। ତେବେ ଘରକୁ ଫେରିବାକୁ ବିଳମ୍ବ ହେବାରୁ ପରିବାର ଲୋକେ ନଦୀକୁ ଆସି ସେଠାରେ ରୀନା ଭାସୁଥିବା ଦେଖିବାକୁ ପାଇଥିଲେ। ଏ ନେଇ ରାଇରଙ୍ଗପୁର ଟାଉନ ଥାନା ପୋଲିସ ଓ ଆମ୍ବୁଲାନ୍ସକୁ ଖବର ଦିଆଯାଇଥିଲା। ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନା ଅଣା ଯାଇଥିଲା। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେପଟେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ରାଇରଙ୍ଗପୁର ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିବା ସହିତ ମୃତଦେହକୁ  ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ଡାକ୍ତରଖାନା ପଠାଇଛି।

   Related Posts