Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ପୁରୁଷୋତ୍ତମ ଏକ୍ସପ୍ରେସରୁ ଭିନ୍ନକ୍ଷମ ଯୁବତୀଙ୍କ ମୃତଦେହ ଉଦ୍ଧାର, ମିଳିନି ପରିଚୟ

1/12/2021 at 4:24 PM

ପୁରୀ ୧।୧୨: ପୁରୀ ପୁରୁଷୋତମ ଏକ୍ସପ୍ରେସ ବଗିରେ ଜଣେ ଭିନ୍ନକ୍ଷମ ଯୁବତୀ ଓଢଣୀ ଲଗାଇ ଆତ୍ମହତ୍ୟା କରିଛନ୍ତି । ପୁରୀ ରେଳଷ୍ଟେସନ ୮ ନମ୍ବର ପ୍ଲାଟଫର୍ମରେ ଟ୍ରେନ୍ ଲାଗିବା ପରେ ଜିଆରପି ପୋଲିସ ଦ୍ବାରା ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ସଦର ମୁଖ୍ୟ ଚିକିତ୍ସାଳୟ ପଠାଯାଇଛି । ଖୋର୍ଦ୍ଧାରୋଡ଼ ରେଳଷ୍ଟେସନ ପରେ ଆରପିଏଫ ପୋଲିସ ଟ୍ରେନ୍ ଭିତରେ ମୃତଦେହ ଦେଖିବାକୁ ପାଇ ଜିଆରପିକୁ ଖବର ଦେଇଥିଲେ । ଏନେଇ ଜିଆରପି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି । ମୃତ ଯୁବତୀଙ୍କ ପରିଚୟ ମିଳିନଥିବା ବେଳେ ଟ୍ରେନର ଭିନ୍ନକ୍ଷମ କୋଚରେ କିଭଳି ଆତ୍ମହତ୍ୟା କଲେ ସେ ନେଇ ଅନେକ ପ୍ରଶ୍ନ ସୃଷ୍ଟି ହୋଇଛି।

   Related Posts