Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଗୋଦାମରେ ଭୟାବହ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ଓ କାଗଜପତ୍ର ପୋଡ଼ି ପାଉଁଶ

13/10/2020 at 11:52 AM

ଯାଜପୁର ୧୩।୧୦: ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ଯାଜପୁର ଜିଲ୍ଲା ପୌରାଞ୍ଚଳ ହାବେଳୀ ବଜାର ନିକଟରେ ଥିବା ୨ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ସୂଚନା ରହିଛି ।

ମିଳିଥିବା ସୂଚନା ଅନୁଯାୟୀ, ଆଜି ଭୋର୍ ସମୟରେ ଗୋବିନ୍ଦ ତ୍ରିପାଠୀଙ୍କ ଅଫିସ ଷ୍ଟେସନାରି ୨ଟି ଗୋଦାମ ଘରେ ନିଆଁ ଲାଗିଯାଇଥିଲା । ଯାହାଫଳରେ କି ସେଠାରେ ଗଚ୍ଛିତ ଥିବା ଲକ୍ଷାଧିକ ଟଙ୍କାର ଅଫିସ ଷ୍ଟେସନାରି ଏବଂ କାଗଜ ଜଳିପୋଡ଼ି ପାଉଁଶ ହୋଇଯାଇଛି।

ଘଟଣାସଂପର୍କରେ ଖବର ପାଇ ଯାଜପୁର ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାଯାଇଛି। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର ପ୍ରକୃତ ତଥ୍ୟ ସାମ୍ନାକୁ ଆସିନାହିଁ । ଗୋବିନ୍ଦ ତ୍ରିପାଠୀ ଗୋଦାମର ଘରେ ସକାଳେ ପୂଜା କରିବା ପରେ କବାଟରେ ଜଳନ୍ତା ଧୂପକାଠିକୁ ରଖି ଆସିଥିଲେ। ଧୂପକାଠିର ନିଆଁରେ ଏଭଳି ଅଘଟଣ ଘଟିଥିବା ଆଶଙ୍କା କରାଯାଉଛି।

   Related Posts