Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଆଜିଠୁ ଆରମ୍ଭ ଗୋପାଳପୁର ବେଳାଭୂମୀ ମହୋତ୍ସବ, ଅପରାହ୍ନରେ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

24/12/2019 at 7:43 AM

ବ୍ରହ୍ମପୁର ୨୪।୧୨: ଆଜିଠୁ ଆରମ୍ଭ ହେବ ଗୋପାଳପୁର ବେଳାଭୂମୀ ମହୋତ୍ସବ। କାର୍ଯ୍ୟକ୍ରମର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ବର୍ଷ ୫ଦିନ ଧରି ଚାଲିବ ମହୋତ୍ସବ । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରର ପ୍ରତିଷ୍ଠିତ କଳାକାରଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ସେହିପରି ଚଳିତ ବର୍ଷ ମହୋତ୍ସବରେ ପଲ୍ଲୀଶ୍ରୀ ମେଳା, ବ୍ୟବସାୟିକ ପ୍ରତିଷ୍ଠାନର ଷ୍ଟଲ ଓ ବିଭିନ୍ନ ପ୍ରତିଷ୍ଠିତ ପ୍ରକାଶନ ସଂସ୍ଥା ସେମାନଙ୍କ ଷ୍ଟଲ ଖୋଲିବେ ।

ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ଗୋପାଳପୁରରେ ପହଁଞ୍ଚି ମହୋତ୍ସବର ଉଦଘାଟନ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍ ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟରରେ ପହଁଞ୍ଚିବା ପରେ ସେଠାରୁ ସଡ଼କ ପଥରେ ଗୋପାଳପୁର ଯିବେ ।

ତେବେ ଗୋପାଳପୁର ବେଳାଭୂମୀ ମହୋତ୍ସବକୁ ଉପଭୋଗ କରିବା ସହ ମୁଖ୍ୟମନ୍ତ୍ରୀଙ୍କ ଟିକିଏ ଝଲକ ପାଇବା ପାଇଁ ଲକ୍ଷାଧିକ ଲୋକଙ୍କ ସମାଗମ ରହିଥିବା ବେଳେ  ଟ୍ରାଫିକ ସମସ୍ୟାକୁ ଅଧିକ ଗୁରୁତ୍ବ ଦେଇଛି ପୋଲିସ । ୪ ଜଣ ଅତିରିକ୍ତ ଏସପି, ୧୫ ଜଣ ଡି ଏସ ପି, ୧୫୦ ଜଣ ଅଫିସରଙ୍କ ସମେତ ୩୦ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବାକୁ ଥିବା ବେଳେ ଶାନ୍ତିଶୃଙ୍ଖଳାରେ  ମହୋତ୍ସବକୁ ସମାପନ କରିବା ପୁରୁ ବନ୍ଦୋବସ୍ତ କରିବା ସହ ଜନ ସାଧାରଣ ଙ୍କ ସହଯୋଗ ଲୋଡିଛନ୍ତି  ବ୍ରହ୍ମପୁର ଏସପି ।

   Related Posts