Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିମାନରେ ଆସିଲେ ବି ୧୪ ଦିନିଆ କ୍ବାରେଣ୍ଟାଇନ୍‌ ଜରୁରୀ
  • ||
  • ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ ଦେଖାଇଲେ ରାଜ୍ୟକୁ ମିଳିବ ଏଣ୍ଟ୍ରି
  • ||
  • ପଶ୍ଚିମବଙ୍ଗ ସୀମାକୁ ଲାଗିଥିବା ସମସ୍ତ ସୀମା ସିଲ୍‌ ହେବ
  • ||
  • ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା
  • ||
  • ପଶ୍ଚିମବଙ୍ଗରୁ ଆସିଲେ ୧୪ ଦିନିଆ କ୍ବାରେଣ୍ଟାଇନ୍‌ ବାଧ୍ୟତାମୂଳକ
  • ||
  • ଭୁବନେଶ୍ବରରେ ରିଙ୍ଗ୍‌ ରୋଡ୍ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ, ରାଜ୍ୟ ସରକାର ବହନ କରିବେ ୬୦୦ କୋଟି ଟଙ୍କା
  • ||
  • ଭୁବନେଶ୍ବର : BMCରେ ବଢିଲା ରାପିଡ୍ ରେସପନ୍ସ ଟିମ୍ ସଂଖ୍ୟା, ୬୭ଟି ୱାର୍ଡ ପାଇଁ ୩୯ଟିମ୍
  • ||
  • ଭୁବନେଶ୍ବର : ପ୍ରଧାନମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଶରେ ଅକ୍ସିଜେନ୍ ଆବଶ୍ୟକତାକୁ ପୂରଣ ପାଇଁ ସହଯୋଗ କରିବ ଓଡିଶା
  • ||
  • କେନ୍ଦୁଝର : ଶୌଚ ସାରି ଫେରିବା ବେଳେ ବଜ୍ରପାତ, ଚାଲିଗଲା ବୃଦ୍ଧଙ୍କ ଜୀବନ
  • ||
  • ରାଉରକେଲା : ବ୍ରାହ୍ମଣୀ ବ୍ରିଜ୍‌ରୁ ନଦୀକୁ ଡେଇଁଲେ ମହିଳା, ଗୁରୁତର ଅବସ୍ଥାରେ ଉଦ୍ଧାର
  • ||

ବିଧାନସଭା ପରିସରରେ ରାଜ୍ୟପାଳଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର

25/06/2019 at 10:41 AM

ଭୁବନେଶ୍ବର ୨୫|୬: ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ବଜେଟ୍ ଅଧିବେଶନ । ଏହି ବଜେଟ୍ ଅଧିବେଶନ ୮ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଜୁନ୍ ୨୫ରୁ ଜୁଲାଇ ୨ ତାରିଖ ଏବଂ ଦ୍ବିତୀୟ ପ୍ରର୍ଯ୍ୟାୟ ଜୁଲାଇ ୧୨ ତାରିଖରୁ ଅଗଷ୍ଟ ୮ ତାରିଖ ପର୍ଯ୍ୟନ୍ତ ଚାଲିବ ।

ଅଧିବେଶନ ଆରମ୍ଭ ପୂର୍ବରୁ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌ଙ୍କୁ ବିଧାନସଭା ପରିସରରେ
ଗାର୍ଡ ଅଫ୍ ଅନର ଦିଆଯାଇଛି । ପ୍ରଥମ ଦିନରେ ଆଜି ରାଜ୍ୟପାଳଙ୍କ ଉଦବୋଧନରୁ ଆରମ୍ଭ ହୋଇଛି ଗୃହକାର୍ଯ୍ୟ ।

୨୬ରେ ଉପବାଚସ୍ପତି ନିର୍ବାଚନ ନେଇ ଘୋଷଣା ହେବାକୁ ଥିବା ବେଳେ ୨୭ରେ ହେବ ନିର୍ବାଚନ । ୨୮ ତାରିଖରେ ବଜେଟ୍ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ । ଜୁଲାଇ ୩୧ ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଗୃହରେ ପାରିତ ହେବ ।

ସେପଟେ ଉଭୟ ଶାସକ ଓ ବିରୋଧୀ ଦଳ ସଦସ୍ୟମାନେ  ଏଥିପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି । ଧାନର ଅଭାବୀ ବିକ୍ରିଠାରୁ ଆରମ୍ଭ କରି ଚାଷୀ ସମସ୍ୟା, ଆଇନଶୃଙ୍ଖଳା ଅବ୍ୟବସ୍ଥା, ଫୋନି ପୁନର୍ଗଠନ କାର୍ଯ୍ୟରେ ବିଳମ୍ବ ପ୍ରସଙ୍ଗ ଗୃହରେ ଉଠାଇବ ବିଜେପି ।

ଏପଟେ କଂଗ୍ରେସ କହିଛି ବିଧାନସଭାରେ ପ୍ରଥମେ ରାଜନୈତିକ ପ୍ରସଙ୍ଗ ଉଠିବ । ରାଜ୍ୟସଭା ପ୍ରାର୍ଥୀ ପାଇଁ ବିଜେଡି ବିଜେପି ଭିତରେ କଣ ଖୋଲା ବୁଝାମଣା ହୋଇଛି ସେ ପ୍ରସଙ୍ଗ ଆଲୋଚନା ହେବ । ଏପଟେ  ବିରୋଧୀ ଯେଉଁ ପ୍ରସଙ୍ଗ ଉଠାଇବେ ସେ ନେଇ ଆଲେଚନା କରିବାକୁ ପ୍ରସ୍ତୁତ ଥିବା କହିଛି ଶାସକ ଦଳ ।

   Related Posts