Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ଅପ୍‌ଡେଟ୍‌: ସାମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ବାତିଲ୍‌ ହେଲା ଟ୍ରେନ୍‌
  • ||
  • ଶେଷରେ ରଦ୍ଦ ହେଲା ତିନି କୃଷି ଆଇନ, ବିଧେୟକ ଉପରେ ମୋହର ମାରିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ
  • ||
  • ପଞ୍ଜାବ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ସଫଳତା, ପଦ୍ମ ଧରିଲେ ଶିରୋମଣି ଅକାଳି ଦଳର ମନଜିନ୍ଦର ସିଂହ
  • ||
  • ନୂଆ କୋଭିଡ୍‌ ଭାରିଆଣ୍ଟକୁ ନେଇ ସଚେତନ ରହିବାକୁ ଅପିଲ୍‌ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ଜୁନିୟର ହକି ବିିଶ୍ୱକପ୍‌: ସେମିରେ ପ୍ରବେଶ କଲା ଫ୍ରାନ୍ସ
  • ||
  • ବଙ୍ଗୋମୁଣ୍ଡା ଆଇଆଇସିଙ୍କୁ କୋର୍ଟ ଚାଲାଣ କଲା ଭିଜିଲାନ୍ସ
  • ||
  • ଖଣ୍ଡପଡା : କଲେଜ ସମ୍ମୁଖରୁ ୨ ଛାତ୍ରୀଙ୍କୁ ଉଠାଇନେଲେ ଦୁର୍ବୃତ୍ତ, ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ୪ କୋଚ୍‌ଙ୍କୁ ବାଧ୍ୟତାମୂଳକ ଅବସର, ଅପାରଗତା ଓ ଦାୟିତ୍ବରେ ଅବହେଳା ପାଇଁ କାର୍ଯ୍ୟାନୁଷ୍ଠାନ
  • ||
  • ଗ୍ରାହକଙ୍କୁ ପୁଣି ମହଙ୍ଗା ମାଡ, ସିଲିଣ୍ଡର ପିଛା ୧୦୦ ଟଙ୍କା ବଢିଲା
  • ||
  • ସାନଖେମୁଣ୍ଡି : ବିଲରେ ପଡିଛି ନରକଙ୍କାଳ, ଧାନ କାଟିବା ବେଳେ ଦେଖିଲେ ଲୋକେ
  • ||

ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ

22/10/2021 at 7:58 AM

କଳାହାଣ୍ଡି, ୨୨/୧୦: ମମିତା ମେହେର ହତ୍ୟା ଘଟଣା । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ନେଇ ପୋଲିସର କ୍ରାଇମ୍ ରିକ୍ରିଏସନ କରିଛି। ଭୋର ୪. ୧୫ ରେ ମହାଲିଙ୍ଗ ଖେଳ ପଡିଆରେ ଉତ୍ତରାଚଳ ଡିଆଇଜି ଦୀପକ କୁମାର ଓ ବଲାଙ୍ଗୀର ଆରକ୍ଷୀ ଅଧିକ୍ଷକ କୁସଲକର ନୀତିନ ଡାଗଡୁଙ୍କ ଉପସ୍ଥିତିରେ ଅଭିଯୁକ୍ତ ଗୋବିନ୍ଦ ସାହୁର କ୍ରାଇମ୍ ରିକ୍ରେଏସନ କରାଯାଇଛି।

ଆଇନ ଶୃଙ୍ଖଳା ପରିସ୍ଥିତି ଉପୁଜିବା ଆଶଙ୍କାରେ ବଲାଙ୍ଗୀରରୁ ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥାରେ ମହାଲିଙ୍ଗ ଅଣାଯାଇଥିଲା। ମହାଲିଙ୍ଗ, ଚାନ୍ଧୋତରା , କୁରସୁଡରେ ଅଭିଯୁକ୍ତର କ୍ରାଇମ୍ ରିକ୍ରେଏସନ କରାଯାଇଥିଲା। ବର୍ତ୍ତମାନ ମୃତଦେହ ଉଦ୍ଧାର ସ୍ଥାନରେ ଫୋରନସିକର ୩ ଜଣିଆ ଟିମ୍ ଯାଞ୍ଚ କରୁଛନ୍ତି। ସକାଳୁ ଲୋକ ଉଠିବା ପୁର୍ବରୁ ପୋଲିସ କ୍ରାଇମ୍ ରିକ୍ରିଏସନ ସାରି ସିନ୍ଧେକେଲା ଥାନା ନେଇଛି।

ସେପଟେ ଗୋବିନ୍ଦଙ୍କ ସହଯୋଗୀ ରାଧେଶ୍ୟାମ ଚଣ୍ଡିଙ୍କୁ ଗିରଫ ସହ କୋର୍ଟ ଚାଲାଣ କରିଛି ପୋଲିସ। ମୁଖ୍ୟ ଅଭିଯୋଗ ସହ ତଥ୍ୟକୁ ନଷ୍ଟ କରିବାରେ ସାମିଲ ଥିଲେ ରାଧେ ଓ ତାଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରାଯାଇଛି। ବର୍ତ୍ତମାନ କୋର୍ଟରେ ପ୍ରମାଣ କରିବା ପାଇଁ ଯାହା ତଥ୍ୟ ଆବଶ୍ୟକ ତାହା ବର୍ତ୍ତମାନ ଯୋଗାଡ଼ କରଯାଉଛି। ଅତି ଶୀଘ୍ର ଚାର୍ଜସିଟ ପ୍ରସ୍ତୁତ କରିବା ସହ କୋର୍ଟରେ ଦାଖଲ କରାଜିବ । ଏନେଇ ଉତ୍ତରାଞ୍ଚଳ ଡ଼ିଆଇଜି ଦୀପକ କୁମାର ସୂଚନା ଦେଇଛନ୍ତି।

   Related Posts