Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବିଦାହେଲେ ଆଉ ୯ ଦୁର୍ନୀତି ଗ୍ରସ୍ତ ଓ ଅପାରଗ ଅଧିକାରୀ, ୧୧୩ରେ ପହଞ୍ଚିଲା ସଂଖ୍ୟା

29/01/2021 at 2:50 PM

ଭୁବନେଶ୍ବର ୨୯।୧: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ସରକାର । ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୋଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସେମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ମଦନ ମୋହନ ବିଶ୍ବାଳ, ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ ରମେଶ ଚନ୍ଦ୍ର ମହାଲିକ, ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ପ୍ରଶାନ୍ତ କୁମାର ନାୟକ, ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ନାରାୟଣ ପ୍ରଧାନ, ଜଂଗଲ ବିଭାଗର ସହକାରୀ ବନ ସଂରକ୍ଷକ ଲକ୍ଷ୍ଣଣ କୁମାର ପ୍ରଧାନ, ଜଙ୍ଗଲ ବିଭାଗର ରେଞ୍ଜ ଅଫିସର ଭରତ କୁମାର ଘଡେଇ, ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀ ପ୍ରଦୀପ କୁମାର ଭୋଇଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଭୁବନେଶ୍ବରର ଯୁଗ୍ମ ଶ୍ରମ କମିଶନର ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ଉଲ୍ଲେଖଯୋଗ୍ୟ ଯେ, ଏପର୍ଯ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇସାରିଲେଣି ।

   Related Posts