'ଜୱାଦ' ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ୍, ହେଡକ୍ୱାର୍ଟର୍ସରେ ରହିବାକୁ ନିର୍ଦ୍ଦେଶ

Published By : Prameya-News7 Bureau | December 03, 2021 IST

ଭୁବନେଶ୍ୱର ୦୩/୧୨ : ସବୁଠି ବାତ୍ୟା ‘ଜୱାଦ’ ନେଇ ହାଇଆଲର୍ଟ । ତେବେ ଏହାକୁ ଦୃଷ୍ଟିରେ ରଖି ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ସମସ୍ତ ସରକାରୀ ଅଧିକାରୀ ଏବଂ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି ସରକାର । ସମସ୍ତ କର୍ମଚାରୀ ନିଜ ନିଜର ହେଡକ୍ବାର୍ଟର୍ସରେ ରହିବାକୁ ନିର୍ଦେଶ ଦିଆଯାଇଛି । ଏମିତିକି ଛୁଟିରେ ଥିବା କର୍ମଚାରୀ ମଧ୍ୟ ତୂରନ୍ତ କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାର ବିଭିନ୍ନ ପଦକ୍ଷେପ ମାନ ଗ୍ରହଣ କରୁଛନ୍ତି । ତେବେ ସବୁଥର ଭଳି ଏଥର ମଧ୍ୟ ଜିରୋ କାଜୁଆଲଟିକୁ ଗୁରୁତ୍ୱ ଦିଆଯାଇଛି । ୫ ତାରିଖ ରବିବାର ପଡୁଥିବା ବେଳେ ଛୁଟି ବାତିଲ କରାଯାଇଛି । ସମସ୍ତ କର୍ମଚାରୀ ନିଜ ନିଜର ହେଡକ୍ୱାର୍ଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଛୁଟିରେ ଥିବା କର୍ମଚାରୀ ଛୁଟି ବାତିଲ ହୋଇଥିବା ବେଳେ କାର୍ଯ୍ୟାଳୟରେ ଯୋଗ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.