Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି କରୋନାରୁ ଆରୋଗ୍ୟ ହେଲେ ୧୦୨୪୨, ଖୋର୍ଦ୍ଧାରୁ ସର୍ବାଧିକ
  • ||
  • ଅନ୍ତର୍ଜାତୀୟ କ୍ରିକେଟ୍‌କୁ ଫେରିବେ ନାହିଁ ଏବି ଡିଭିଲିୟର୍ସ, ସ୍ପଷ୍ଟ କଲା ଦକ୍ଷିଣ ଆଫ୍ରିକା କ୍ରିକେଟ୍ ବୋର୍ଡ
  • ||
  • ପିସିଆର ଭ୍ୟାନ୍ ଦେଖି ପୋଖରୀକୁ ଡେଇଁ ପଡିଲେ ଯୁବକ, ମିଳିଲା ମୃତଦେହ…
  • ||
  • ଧକ୍କା ଦେଲା କାର, ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ
  • ||
  • ନଦୀରୁ ନାବାଳିକାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୧୧ ବର୍ଷ ପରେ ଗିରଫ ହେଲା ଦୁଃଶାସନ, ପାରୋଲରେ ଆସି ଫେରାର ହୋଇଯାଇଥିଲା
  • ||
  • ହୃଦରୋଗ ବିଶେଷଜ୍ଞ ଡକ୍ଟର କେ.କେ ଅଗ୍ରୱାଲଙ୍କ କରୋନାରେ ଦେହାନ୍ତ, ଦୀର୍ଘ ଦିନ ଧରି ଭେଣ୍ଟିଲେଟରରେ ଚାଲିଥିଲା ଚିକିତ୍ସା
  • ||
  • ଧୋନୀଙ୍କ ତଲଓ୍ୱାରବାଜୀ ଭିଡିଓ ଭାଇରାଲ ପରେ କମେଣ୍ଟ କଲେ ରବୀନ୍ଦ୍ର ଜାଡେଜା
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୩୫୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଭାକସିନ୍ ନେବା ପରେ ଏହି ସବୁ ସାଇଡ୍ ଇଫେକ୍ଟ ଦିଏ ବିପଦର ସଙ୍କେତ, ହୋଇପାରେ ସାଙ୍ଘାତିକ : ସତର୍କ କଲେ କେନ୍ଦ୍ର ସରକାର
  • ||

ବୁଦା ମୂଳରୁ ଗ୍ରାମସେବକଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଶବ ଫୋପାଡି ଦେଇଥିବା ସନ୍ଦେହ

10/11/2020 at 12:09 PM

ଫୁଲବାଣୀ ୧୦।୧୧: ବୁଦା ମୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତି ଜଣଙ୍କ ଜଣେ ଗ୍ରାମସେବକ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ କଲେଜ ସମ୍ମୁଖ ବୁଦାରେ ଜଣେ ବ୍ୟକ୍ତିଙ୍କ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା । ମୃତକ ଜଣଙ୍କ ଜଣେ ଗ୍ରାମସେବକ ବୋଲି ଜଣାପଡିଛି । ତାଙ୍କ ନାମ ବେଣୁଧର ପାତ୍ର । ତାଙ୍କ ଘର ଦାରିଙ୍ଗବାଡି ବ୍ଲକର ବୁଡ଼ାଗୁଡ଼ା ବୋଲି ଜଣାପଡିଛି । ବେଣୁଧର ଫିରିଙ୍ଗିଆ ବ୍ଲକରେ ଗ୍ରାମସେବକ ଥିଲେ।

ତେବେ ଏଭଳି ପରିସ୍ଥିତିରେ ତାଙ୍କ ମୃତଦେହ କଲେଜ ସମ୍ମୁଖ ବୁଦାକୁ କେମିତି ଆସିଲା ତାହା ଜଣାପଡିନାହିଁ । କେହି ହତ୍ୟା କରି ଶବକୁ ସେଠାରେ ଫୋପାଡି ଦେଇ କି ପଳାଇଛି ନା ଦୁର୍ଘଟଣାରେ ମୁତ୍ୟୁ ହୋଇଛି ତାହା ଜଣାପଡିନାହିଁ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତଦନ୍ତ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ । ଗ୍ରାମ ସେବକଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ସାଧାରଣରେ ଆଲୋଡନ ସୃଷ୍ଟି ହୋଇଛି ।

   Related Posts