Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବ ମୋର୍ଚ୍ଚା ନେତାଙ୍କୁ ମାଡ଼ ଘଟଣାରେ ପ୍ରତିବାଦ, ମୁଖ୍ୟମନ୍ତ୍ରୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାରରେ ଧବଳେଶ୍ଵର ପୀଠରେ ୧୪୪ ଧାରା ଜାରି
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||

ବାହା ବେଦୀରେ ବରର କରୋନା ରିପୋର୍ଟ ଆସିଲା ପଜିଟିଭ୍, ବେଦୀରୁ ଉଠାଇ ନେଲା ପ୍ରଶାସନ : ଏବେ ଆଇସୋଲେସନ୍‌ରେ ବର-କନ୍ୟା

21/05/2021 at 3:01 PM

ବ୍ରହ୍ମପୁର।ସାନଖେମୁଣ୍ଡି ୨୧।୫: ବାହା ବେଦୀରେ ବର କରୋନା ପଜିଟିଭ୍ । ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ପାଟପୁର ଥାନା ଦସେଇପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଘଟଣା । ବାହାଘର ଚାଲିଥିବା ବେଳେ ପ୍ରଶାସନ ପକ୍ଷରୁ ଚଢାଉ । ବାହା ବେଦୀରୁ ବରକୁ ଉଠାଇ ନେଲା ପୋଲିସ ।

ସୂଚନାଯୋଗ୍ୟ ଯେ, ଦିନକୁ ଦିନ ସଂକ୍ରମଣ ହାର ବଢ଼ିଚାଲିଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସରକାର ଲକଡାଉନ୍ ଅବଧି ଜୁନ୍ ୧ ଯାଏଁ ବୃଦ୍ଧି କରିଛନ୍ତି । ଏଥିସହ ବାହାଘର ଭୋଜି ନିମନ୍ତେ ୫୦ ଜଣଙ୍କୁ ପୂର୍ବରୁ ଅନୁମତି ଦିଆଯାଇଥିବା ବେଳେ ବର୍ତ୍ତମାନ କେବଳ ୨୫ ଜଣଙ୍କୁ ନେଇ ଆୟୋଜନ କରାଯିବ ବୋଲି ନିର୍ଦ୍ଦେଶ ରହିଛି । ଏହାସହ ଭୋଜି ଆୟୋଜନକାରୀଙ୍କ ରିପୋର୍ଟ ନେଗେଟିଭ ଆସିଲେ ହିଁ ବାହାଘର ହୋଇପାରିବ ବୋଲି ଗଞ୍ଜାମ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛନ୍ତି । ସବୁଠୁ ବଡ଼ କଥା ହେଲା ବାହାଘର ସମୟରେ ଭୋଜି ସମ୍ପୂର୍ଣ୍ଣ ବନ୍ଦ ଓ ଅତିଥିଙ୍କୁ ଘରେ ନ ପୁରାଇବା, ଗହଳି ଚହଳି ନକରିବା ପାଇଁ ବାରଣ କରାଯାଇଥିବା ବେଳେ କେବଳ ଖାଦ୍ୟ ପାର୍ସଲ ଦେବାକୁ କୁହାଯାଇଛି । ତଥାପି ମାନୁ ନାହାଁନ୍ତି ଅମାନିଆ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ସାନଖେମୁଣ୍ଡି ବ୍ଲକ୍ ଦସେଇପୁର ଗ୍ରାମରେ । ଗାଁର ରାଜେନ୍ଦ୍ର ଦଣ୍ଡିଆଙ୍କ ଶୁକ୍ରବାର ବାହାଘର ଥିଲା । ତେବେ ସେ କୋରନା ଟେଷ୍ଟ କରିଥିବା ବେଳେ ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିଲା । ଏହା ସତ୍ତ୍ବେ ଘରଲୋକ ଜୋରଜବରଦସ୍ତ ବାହାଘର କରାଉଥିଲେ । ଏ ନେଇ ଖବର ପାଇବା ପରେ ସାନଖେମୁଣ୍ଡି ବିଡିଓ ଗାୟତ୍ରୀ ଦତ୍ତ ନାୟକ, ତହସିଲଦାର ଡ଼ଃ ଶ୍ରୀନିବାସ ବେହେରା, ପାଟପୁର ଆଇଆଇସି ସବ୍ୟସାଚୀ ମଲ୍ଲ ପ୍ରମୁଖ ଗାଁରେ ପହଞ୍ଚି ବାହାଘର ବନ୍ଦ କରିଥିବା ଦେଖିବାକୁ ମିଳିଛି ।

ବରକୁ ବେଦୀରୁ ଉଠାଇ ନେଇ ଏକ ଘରେ ଆଇସଲେସନରେ ରଖାଯାଇଛି । କନ୍ୟା ଜଣଙ୍କ ନିକଟସ୍ଥ ଗାଁର ହୋଇଥିବାରୁ ତାଙ୍କୁ ମଧ୍ୟ ଗାଁର ଏକ ଘରେ ଆଇସୋଲେସନରେ ରଖାଯାଇଛି । ବାହାଘର ପାଇଁ ହୋଇଥିବା ଭୋଜି ଭାତକୁ ଗାଁରେ ଅଲଗା ରଖାଯାଇଛି । ବାହାଘର ବେଳେ ବରର କରୋନା ରିପୋର୍ଟ ପଜିଟିଭ୍ ଶୁଣି କନ୍ୟା ଘରଲୋକ ଏବଂ ସମ୍ପର୍କୀୟ ଭୟରେ ଅଛନ୍ତି ।

   Related Posts