Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୧୭ କରୋନା ସଂକ୍ରମିତ ଚିହ୍ନଟ
  • ||
  • ରାଉରକେଲା : ଡ୍ରାଇଭରଙ୍କ ନାଁରେ ୨୮ କୋଟି ଟଙ୍କାର GST ଠକେଇ ଅଭିଯୋଗ
  • ||
  • ଗଞ୍ଜାମ : ବୋମା ଭିଡୁଥିବା ବେଳେ ବିସ୍ଫୋରଣ, ଜଣେ ମୃତ, ଦୁଇ ଗୁରୁତର
  • ||
  • ବୋମା ଭିଡୁଥିବା ବେଳେ ବିସ୍ଫୋରଣ : ଜଣେ ମୃତ, ଦୁଇ ଗୁରୁତର
  • ||
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||

କଟକ ଜୋବ୍ରା ମାଛ ମାର୍କେଟରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ : ଛୁରାମାଡରେ ଜଣେ ମୃତ

10/06/2019 at 9:29 AM

କଟକ ୧୦/୬ : କଟକ ଜୋବ୍ରା ମାଛ ମାର୍କେଟରେ ଛୁରାମାଡ ହୋଇଛି । ଛୁରାମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ତପନ ନାୟକ । ଗତକାଲି ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଦାଦାବଟିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏଥିରେ ବିପକ୍ଷ ଗୋଷ୍ଠୀ ଛୁରାମାଡ କରିଥିଲେ ।ଛୁରାମାଡ଼ରେ ତପନ ନାୟକ ଗୁରୁତର ଆହତ ହୋଇଥିଲେ । ତାଙ୍କୁ ସଂଗେ ସଂଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସ୍ଥାନୀୟ ଅଂଚଳର ରଞ୍ଜନ ମହାନ୍ତି ଗୋଷ୍ଠୀ ତାଙ୍କୁ ଛୁରାମାଡ଼ କରିଥିବା ଅନୁମାନ କରାଯାଉଛି । ରଞ୍ଜନର ପୁଅ ହାତୀ ଛୁରାମାଡ଼ କରିଥିବା ଅଭିଯୋଗ ହୋଇଛି । ପୂର୍ବରୁ ତପନ ପୋଲିସ ଏନକାଉଣ୍ଟରରେ ଆହତ ହୋଇଥିଲା । ତପନ ନାଁରେ ଥିଲା ଅନେକ ଅପରାଧିକ ମାମଲା ମଧ୍ୟ ରହିଥିଲା । ପୂର୍ବରୁ ଚୋରା ବନ୍ଧୁକ କାରବାରରେ ଗିରଫ ହୋଇଥିଲା ରଞ୍ଜନ ମହାନ୍ତି । ତପନର ମୃତ୍ୟୁ ପରେ ହାତୀ ଫେରାର ଅଛି ।

   Related Posts