Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କର୍ଣ୍ଣାଟକକୁ ମିଳିଲା ନୂଆ ମୁଖିଆ, ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବାସବରାଜ ବୋମ୍ମାଇ
  • ||
  • ବଙ୍ଗୋପସାଗରରେ ଲଘୁଚାପ, ଆସନ୍ତା ୩୦ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
  • ||
  • ମାଓ ସହିଦ ସପ୍ତାହରେ ଜାରି ଲାଗିଲା ପୋଷ୍ଟର, ଜାରି ହେଲା ଅଡିଓ ଟେପ୍
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୯ ଜଣଙ୍କ ଜୀବନ
  • ||
  • ସାମାନ୍ୟ ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୭୦୩ କରୋନା ପଜିଟିଭ୍
  • ||

ପୂର୍ବ ଶତ୍ରୁତାକୁ ନେଇ ଗୋଷ୍ଠୀ ସଂଘର୍ଷ : ଜଣେ ମୃତ, ୨ ଗୁରୁତର

13/08/2020 at 11:11 AM

ଭଞ୍ଜନଗର ୧୩।୦୮: ଗଞ୍ଜାମ ଜିଲ୍ଲା ଜଗନ୍ନାଥ ପ୍ରସାଦ ଥାନା କରଡ଼ାପଲ୍ଲୀ ଗାଁରେ ଅଭାବନୀୟ ଘଟଣ । ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଥିବା ଜଣାପଡିଛି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

ସୂଚନାଯୋଗ୍ୟ ଯେ,  ଜଗନ୍ନାଥ ପ୍ରସାଦ ଥାନା ଅନ୍ତର୍ଗତ କରଡା ପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି । ତେବେ ଏହି ଗଣ୍ଡଗୋଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଥିବା ଜଣାପଡିଛି । ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ନାମ ପ୍ରମୋଦ ବେହେରା ବୋଲି ଜଣାପଡିଛି । ସେପଟେ ସମସ୍ତ ଗୁରୁତରଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ଗଣ୍ଡଗୋଳର ଖବର ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି । ତେବେ ବର୍ତ୍ତମାନ ସୁଦ୍ଧା କୌଣସି ବ୍ୟକ୍ତି ଗିରଫ ହୋଇନଥିବା ସୂଚନା ରହିଛି ।

   Related Posts