Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୭୯ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୭ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୪୫ କୋଭିଡ୍ ପଜିଟିଭ୍
  • ||
  • ରାଜ୍ୟରେ ଏବେ କମିବନି ବର୍ଷା, ଆସୁଛି ଆଉ ଏକ ଲଘୁଚାପ
  • ||
  • ବଳଙ୍ଗା ଥାନାରେ ବିସ୍ଫୋରଣ : ଫାଟିଗଲା କାନ୍ଥ, ଆସବାବପତ୍ର ନଷ୍ଟ
  • ||

ବନ୍ଧାହେଲେ ଲାଞ୍ଚୁଆ ରେଭିନ୍ୟୁ ଇନ୍ସପେକ୍ଟର, ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

27/07/2021 at 3:25 PM

ଫୁଲବାଣୀ ୨୭।୭: ଲାଞ୍ଚୁଆ ରେଭିନ୍ୟୁ ଇନ୍ସପେକ୍ଟରଙ୍କୁ ଧରିଲା ଭିଜିଲାନ୍ସ । ତିନି ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧାହେଲେ ରେଭିନ୍ୟୁ ଇନ୍ସପେକ୍ଟର । କନ୍ଧମାଳ ଜିଲ୍ଲା ଜଣେ ଲାଞ୍ଚୁଆ ରେଭିନ୍ୟୁ ଇନ୍ସପେକ୍ଟରଙ୍କୁ ଭିଜିଲାନ୍ସ ଟିମ୍ ଗିରଫ କରିଛି । ଗିରଫ ଜଣଙ୍କ ହେଲେ ଖଜୁରୀପଡା ତହସିଲ ଅନ୍ତର୍ଗତ ଗୁଦାରୀ ଆରଆଇ ସୁନୀଲ ଦିଗାଲ । ସେହି ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ଜମି ପାର୍ଟିସନ କରିଦେବା ଲାଗି ତିନି ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ଫଳରେ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ ।

ମଙ୍ଗଳବାର ସମ୍ପୃକ୍ତ ବ୍ୟକ୍ତିଙ୍କଠାରୁ ତିନି ହଜାର ଟଙ୍କା ଲାଞ୍ଚ ନେବାବେଳେ ପୂର୍ବରୁ ଯୋଜନା ମୁତାବକ ଛକି ବସିଥିବା ଭିଜିଲାନ୍ସ ଟିମ୍ ମାଡି ବସିଥିଲେ । ଆରଆଇ ଦିଗାଲଙ୍କ ନିକଟରୁ ତିନି ହଜାର ଲାଞ୍ଚ ଟଙ୍କା ଉଦ୍ଧାର କରି ଗିରଫ କରିବା ସହ ଆରଆଇ କାର୍ଯ୍ୟାଳୟକୁ ମଧ୍ୟ ତଲାସୀ କରୁଛନ୍ତି ।

   Related Posts