Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମୁଜିବ ଓ ରଶିଦଙ୍କ ଘାତକ ବୋଲିଂ, ସ୍କଟଲାଣ୍ଡକୁ ୧୩୦ ରନରେ ହରାଇଲା ଆଫଗାନିସ୍ତାନ
  • ||
  • ଇଣ୍ଡିଆନ ପ୍ରିମିୟର ଲିଗ୍ (IPL)ରେ ସାମିଲ ହେଲେ ଆଉ ୨ଟି ନୂଆ ଟିମ । ୨ ଟିମ ଅହମ୍ମଦାବାଦ ଏବଂ ଲକ୍ଷ୍ନୌ ଆସନ୍ତାବର୍ଷ ହେବାକୁ ଥିବା ଆଇପିଏଲରେ ଅଂଶଗ୍ରହଣ କରିବେ ।
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୧୮୦ ଡିସଚାର୍ଜ
  • ||
  • ସତ ହେଲା ଧୋନୀଙ୍କ ଭବିଷ୍ୟବାଣୀ, ୫ ବର୍ଷ ତଳେ କହିଥିଲେ- ଦିନେ ଏମିତି ହେବ…
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍
  • ||
  • ପଡୋଶୀ ଘରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ୨ ପରିବାର ମଧ୍ୟରେ ରକ୍ତାକ୍ତ ସଙ୍ଘର୍ଷ : ୮ ଗୁରୁତର, ବୁଲିଲା ଟାଙ୍ଗିଆ ଓ କଟୁରୀ
  • ||
  • କାର୍ତ୍ତିକ ମାସର ପ୍ରଥମ ସୋମବାର : ଧବଳେଶ୍ୱର ପୀଠରେ ୧୪୪ ଧାରା, ମନ୍ଦିର ଖାଁ ଖାଁ
  • ||
  • ୫ ଦିନ ଯାଏଁ ଖସିବନି ପାରଦ, ୨୮ରୁ କାଁ ଭାଁ ବର୍ଷା
  • ||

ମାଲକାନଗିରିରେ ମାଓବାଦୀ-ସୁରକ୍ଷାକର୍ମୀ ଗୁଳିବିନିମୟ, ତୁଳସୀ ପାହାଡରେ ଚାଲିଛି ସର୍ଚ୍ଚ ଅପରେସନ୍

21/09/2021 at 5:07 PM

ମାଲକାନଗିରି ୨୧।୯:ମାଲକାନଗିରି ଜିଲ୍ଲା ତୁଳସୀ ପାହାଡରେ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ଚାଲିଛି । ମାଥିଲି ଥାନା ଅନ୍ତର୍ଗତ କିରିମିଟି ଗାଁ ନିକଟରେ ଓଡିଶା ଛତିଶଗଡ ସୀମାନ୍ତ ଦରଭା ମାଓ ସଂଗଠନର ପ୍ରାୟ ୫୦ ଜଣ ସଶସ୍ତ୍ର ମାଓବାଦୀ ଏକ କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା ।

ଏହାପରେ ଏସଓଜି ଓ ଡିଭିଏଫ ବାହିନୀ ତରଫରୁ ସେଠାରେ ମିଳିତ ଭାବେ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଜବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ପରେ ଜବାନମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ । ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହେବା ପରେ ମାଓବାଦୀମାନେ ଘଟଣାସ୍ଥଳରୁ ପଳାୟନ କରିଛନ୍ତି । ବର୍ତ୍ତମାନ ଜବାନମାନେ ସଂପୂର୍ଣ୍ଣ ଜଙ୍ଗଲଟିକୁ ଘେରି ସର୍ଚ୍ଚ ଅପରେସନ ଆରମ୍ଭ କରିଥିବା ମାଲକାନଗିରି ଏସପି ପ୍ରହଲ୍ଲାଦ ମୀନା ସୂଚନା ଦେଇଛନ୍ତି ।

   Related Posts