କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର

Published By : Prameya-News7 Bureau | October 21, 2020 IST

ରାୟଗଡା ୨୧।୧୦: କାର୍ଯ୍ୟରେ ଅବହେଳା ପାଇଁ ତହସିଲଦାରଙ୍କୁ ନିଲମ୍ବିତ କରାଯାଇଛି । ରାୟଗଡା ଜିଲ୍ଲା ଗୁଣପୁର ତହସିଲଦାର ଲକ୍ଷ୍ମୀ ନାରାୟଣ ସାବତ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ପାଇଁ ତାଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ଗତ ଶୁକ୍ରବାର ଦିନ ଓକିଲଗୁଡା ପଥର ଖାଦାନରେ ବିସ୍ଫୋରଣ ଘଟି ତିନି ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା । ସେହି ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ନିଲମ୍ବିତ କରାଯାଇଥିବା ଜଣାପଡିଛି ।

ସୂଚନାଯୋଗ୍ୟ ଯେ, ରାୟଗଡା ଓକିଲଗୁଡା ପଥର ଖାଦାନରେ ପଥର ଫଟାଇବା ବେଳେ ବଡ଼ ଧରଣର ବିସ୍ଫୋରଣ ହୋଇଥିଲା ।  ବିସ୍ଫୋରଣରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଗୁରୁତର ହୋଇଥିଲେ । ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ରହିଥିଲ ।

{"id":348234,"sizeSlug":"large"}

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.