Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||

ଗୁରୁବାର ଗୁରୁପ୍ରିୟା ସେତୁ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

25/07/2018 at 6:26 AM

ଆସନ୍ତା ୨୬ ତାରିଖ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଲକାନଗିରି ଜିଲ୍ଲା ଗସ୍ତ କରିବେ । ଏହି ସମୟରେ ବହୁ ପ୍ରତିକ୍ଷିତ ଚିତ୍ରକୋଣ୍ଡା ବିଛିନ୍ନାଂଚଳର ଗୁରୁପ୍ରିୟା ସେତୁ ଉଦାଘାଟନ କରିବା ସହ ମାଲକାନଗିରି ଜିଲ୍ଲା ସଦର ଠାରେ ୭ ମହଲା ବିଶିଷ୍ଟ ନୁତନ ମେଡିକାଲ ଓ ୪୮ଟି ନୁତନ ପ୍ରକଳ୍ପର ଶୁଭ ଉଦଘାଟନ କରିବେ । ପରେ ସ୍ଥାନୀୟ ଷ୍ଟାଡିୟମରେ ଆୟୋଜିତ ହେବାକୁ ଥିବା ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହ ପ୍ରଥମଥର ଲାଗି ସିଧା ସଳଖ କଥା ହେବେ । ମୁଖ୍ୟ ମନ୍ତ୍ରୀଙ୍କ ଗସ୍ତକୁ ନେଇ ଶାସକ ବି.ଜେ.ଡି ଉତ୍ସାହିତ ରହିଥିବା ବେଳେ ଜିଲ୍ଲା ପ୍ରଶାସନ ମଧ୍ୟ ତତ୍ପର ହୋଇଛି । କ୍ରିଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଚନ୍ଦ୍ର ସାରଥି ବେହେରା ନିଜେ ମାଲକାନଗିରି ଜିଲ୍ଲାରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମର ତଦାରକ କରୁଛନ୍ତି । ତେବେ ମୁଖ୍ୟ ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିଛି ଜିଲ୍ଲା କଂଗ୍ରେସ । ଜିଲ୍ଲାରେ ବନ୍ୟା ପରିସ୍ତିତି ଦେଖା ଦେଇଥିବା ବେଳେ ୨ ହଜାରରୁ ଉର୍ଦ୍ଧ୍ବ ଆଦିବାସି ପିଲାଙ୍କୁ ଜାତିଗତ ପ୍ରମାଣ ପତ୍ର ଅଭାବରୁ ବିଦ୍ୟାଳୟରୁ ବାହାର କରାଯାଇଛି । ତେବେ ଆଦିବାସୀଙ୍କ ସମସ୍ୟା ପ୍ରତି ଦୃଷ୍ଟି ନଦେଇ ମୁଖ୍ୟମନ୍ତ୍ରୀ କେବଳ ଭୋଟ ପାଇଁ ରାଜନୀତି କରୁଥିବା କଂଗ୍ରେସ ଅଭିଯୋଗ କରିଛି ।

   Related Posts