Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

ଚିକିତ୍ସାଧୀନ ଅବସ୍ଥାରେ ହାବିଲଦାରଙ୍କ ମୃତ୍ୟୁ, ଚେକିଂ ବେଳେ ମୁଣ୍ଡ ଉପରେ ଅଟୋ ଚଢାଇ ଦେଇଥିଲେ ଚାଳକ

14/07/2021 at 10:13 AM

ଭୁବନେଶ୍ବର ୧୪।୭: ଅମାନିଆ ଅଟୋ ଚାଳକଙ୍କ ପାଇଁ ଦୁର୍ଘଟଣାର ଶିକାର ହାବିଲଦାର ମେଜର ସରୋଜ ପ୍ରଧାନଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଭୁବନେଶ୍ବର କଳ୍ପନା ଛକରେ ଡ୍ୟୁଟି କରୁଥିବା ବେଳେ ତାଙ୍କୁ ଏକ ଅଟୋ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ କ୍ୟାପିଟାଲ୍‌ ଓ ପରେ ଏମ୍ସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ମଙ୍ଗଳବାର ରାତିରେ ତାଙ୍କର ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ଗତ ୧୦ ତାରିଖରେ ସପ୍ତାହନ୍ତ ସଟଡାଉନ୍ ଥିବାରୁ ବିଭିନ୍ନ ସ୍ଥାନରେ ପୋଲିସ ପକ୍ଷରୁ ଚେକିଂ ଜାରି ରହିଥିଲା । ଭୁବନେଶ୍ବର କଳ୍ପନା ଛକରେ ଚେକିଂ ଚାଲିଥିବା ବେଳେ ଘଟିଥିଲା ଅଘଟଣ । ସକାଳ ସମୟରେ ଦ୍ରୁତ ଗତିରେ ଆସୁଥିବା ଏକ ଅଟୋକୁ ଅଟକାଇବା ବେଳେ ହାବିଲଦାର ତଳେ ପଡିଯାଇଥିଲେ । ତେବେ ମଦ୍ୟପ ଅଟୋ ଚାଳକ ଜଣଙ୍କ ହାବିଲଦାରଙ୍କ ମୁଣ୍ଡରେ ଅଟୋ ଚଢାଇ ଦେଇଥିଲେ । ଗୁରୁତର ହାବିଲଦାର ମେଜର ସରୋଜ କୁମାର ପ୍ରଧାନଙ୍କୁ ପ୍ରଥମେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

   Related Posts