ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Published By : Prameya-News7 Bureau | March 14, 2019 IST

ବାଲେଶ୍ବର ୧୪|୩ : ବାଲେଶ୍ବର ସୁନହାଟ ହସପିଟାଲ ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ହସପିଟାଲ ପରିସରରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ଏସ୍.କେ ଆସିରୁଦ୍ଦିନ୍ । ସେ ହସପିଟାଲ ପଛ ପାଖ ବସ୍ତିରେ ରହୁଥିବା ବେଳେ ଜଣେ ଡ୍ରାଇଭର ଭାବେ କାମ କରୁଥିଲେ । ତାଙ୍କୁ କେହି ହତ୍ୟା କରି ଗଛରେ ଟାଙ୍ଗି ଦେଇଥିବା ଅଭିଯୋଗରେ ହସ୍ପିଟାଲ ନିକଟ ରାସ୍ତା ଅବରୋଧ କରିଛନ୍ତି ସ୍ଥାନୀୟ ଲୋକେ । ଘଟଣାସ୍ଥଳରେ ଟାଉନ୍ ଥାନା ପୋଲିସର ତଦନ୍ତ ଚଳାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.